ଭୁବନେଶ୍ବର: ବଙ୍ଗୋପସାଗର ରେ ସୃଷ୍ଟି ହୋଇଥିବା ଲଘୁଚାପ ବାତ୍ୟାରେ ପରିଣତ ହୋଇଛି। ଏହାର ପ୍ରଭାବରେ ଆଜି ଠାରୁ ସମୁଦ୍ର ଅଶାନ୍ତ ରହିଛି। ସୃଷ୍ଟ ସାମୁଦ୍ରିକ ବାତ୍ୟା ସ୍ଥଳଭାଗ ଆଡ଼କୁ ଅଗ୍ରସର କରୁଛି। ଭାରତୀୟ ପାଣିପାଗ ବିଭାଗ ଅନୁସାରେ, ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ସୃଷ୍ଟି ସୁଦୃଶ ଲଘୁଚାପ ଶନିବାର ପୂର୍ବାହ୍ଣରେ ଅବପାତର ରୂପ ନେଇଛି। ଶନିବାର ସକାଳ ସାଢ଼େ ୫ଟା ସମୟରେ ଏହି ଅବପାତ ସୃଷ୍ଟି ହୋଇଛି। ଅକ୍ଟୋବର ୨୭ ତାରିଖରେ ଏହା ବାତ୍ୟାର ରୂପ ନେଇପାରେ।
ସମ୍ଭାବ୍ୟ ବାତ୍ୟା ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ଅଗ୍ରସର ହେଉଛି। ଏହା କେଉଁ ଅଞ୍ଚଳରେ ଲ୍ୟାଣ୍ଡଫ୍ଲ କରିବ ସେନେଇ କୁହାଯାଇ ନାହିଁ। କିନ୍ତୁ ବାତ୍ୟାର ପ୍ରଭାବରେ ଆନ୍ଧ୍ରପ୍ରଦେଶ, ତାମିଲନାଡୁ ଏବଂ ଓଡ଼ିଶାର ଅନେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ବାତ୍ୟା ‘ମନ୍ଥା’ର ପ୍ରଭାବରେ ଆଜି ଗଜପତି, ଗଞ୍ଜାମ, କୋରାପୁଟ, ରାୟଗଡ଼ା ଓ ମାଲକାନଗିରି ଜିଲ୍ଲାରେ ବର୍ଷା ହେବାର ଆଶଙ୍କା ସତ ହୋଇଛି। ବାତ୍ୟା ମୋନ୍ଥାର ପ୍ରଭାବରେ ଗଜପତି ଓ ଗଞ୍ଜାମ ଜିଲ୍ଲାରେ ଆଜି ସକାଳଠାରୁ ପ୍ରବଳ ବର୍ଷା ଆରମ୍ଭ ହୋଇଛି। ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିବା ବେଳେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ସହ ବର୍ଷା ସମୟରେ ଘରୁ ବାହାରକୁ ନ ବାହାରିବା ପାଇଁ ଅନୁରୋଧ କରିଛି ପ୍ରଶାସନ ।
ଆଜି ଠାରୁ ତିନି ଦିନ ଧରି ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ତେବେ ଆଗକୁ ପାଗରେ ଅଧିକ ପରିବର୍ତ୍ତନ ହେବା ସହ ବର୍ଷାର ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଜିଲ୍ଲାର ସମସ୍ତ ଅଞ୍ଚଳରେ ବିକ୍ଷିପ୍ତ ଭାବରେ ଝିପିଝିପି ବର୍ଷା ଜାରି ରହିଛି। ତେଣୁ ପାଗକୁ ଦେଖି ପାହାଡିଆ ଅଞ୍ଚଳବାସୀଙ୍କ ମନରେ ଛନକା ପଶିଛି।
Comments are closed.