ଭୁବନେଶ୍ୱର: ବାତ୍ୟା ମୋନ୍ଥା ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଯାହାକୁ ନଜରରେ ରଖି ସୋମବାର ଖୋର୍ଦ୍ଧା ଜିଲ୍ଲା ପ୍ରଶାସନ ସମସ୍ତ ସ୍କୁଲ ଏବଂ ଅଙ୍ଗନୱାଡି କେନ୍ଦ୍ରକୁ ଦୁଇ ଦିନ ପାଇଁ ଛୁଟି ଘୋଷଣା କରିଛନ୍ତି।
ପ୍ରଶାସନ ଦ୍ୱାରା ଜାରି ଏକ ସରକାରୀ ନିର୍ଦ୍ଦେଶରେ କୁହାଯାଇଛି ଯେ ଶିଶୁ ଏବଂ କର୍ମଚାରୀଙ୍କ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ଅକ୍ଟୋବର ୨୮ ଏବଂ ୨୯ ତାରିଖରେ ଜିଲ୍ଲାର ସମସ୍ତ ସ୍କୁଲ ଏବଂ ଅଙ୍ଗନୱାଡି କେନ୍ଦ୍ର ବନ୍ଦ ରହିବ।
ତେବେ ପୂର୍ବରୁ ବାତ୍ୟା ପାଇଁ ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁରର ସମସ୍ତ ଅଙ୍ଗନୱାଡି କେନ୍ଦ୍ର ୨୮ ଏବଂ ୨୯ ଅକ୍ଟୋବରରେ ବନ୍ଦ ରହିବ ବୋଲି ନିଷ୍ପତ୍ତି ନିଆଯାଇଥିଲା।
ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଅକ୍ଟୋବର ୨୭ରୁ ୩୦ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଓ ପବନ ନେଇ ପୂର୍ବାନୁମାନ କରିଛି। ଅପରପକ୍ଷରେ ଏହି ସମସ୍ତ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି।
Comments are closed.