ଭୁବନେଶ୍ୱର: ଲୋକସେବା ଭବନରେ ପୁରୀ ଶ୍ରୀମନ୍ଦିର ପ୍ରଶାସନର ଗୁରୁତ୍ଵପୂର୍ଣ୍ଣ ବୈଠକ। ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଥିଲା। ଶ୍ରୀମନ୍ଦିର ପ୍ରଶାସନର ବିଭିନ୍ନ ଦିଗ ସମ୍ପର୍କରେ ଏହି ବୈଠକରେ ଆଲୋଚନା ହୋଇଛି।
ଶ୍ରୀମନ୍ଦିର ପ୍ରଶାସନ ନିମନ୍ତେ ଆର୍ଥିକ ବଜେଟ୍, ମନ୍ଦିର ପ୍ରଶାସନର ଖାଲିଥିବା ପଦବୀ ପୂରଣ, ନୂତନ ପଦବୀ ସୃଷ୍ଟି, ରତ୍ନଭଣ୍ଡାରର ପରବର୍ତ୍ତୀ ପର୍ଯ୍ୟାୟ କାର୍ଯ୍ୟକ୍ରମର ଗଣତି ମଣତି ଏବଂ ଓବିସିସି ଦ୍ଵାରା ଚାଲୁଥିବା ସମସ୍ତ ପ୍ରକଳ୍ପକୁ ଧାର୍ଯ୍ୟ ସମୟସୀମା ମଧ୍ୟରେ ଶେଷ କରିବା ସମ୍ପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା। ଏହି ବୈଠକରେ ଶ୍ରୀମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ, ଆଇନ ବିଭାଗର ପ୍ରମୁଖ ଶାସନ ସଚିବ ପ୍ରଣବ କୁମାର ପାତ୍ରଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।
Comments are closed.