ଭୁବନେଶ୍ୱର: ଆଜି ବିଜେପିରେ ମିଶି ପାରନ୍ତି ବିଜୁ ଜନତା ଦଳର ବରିଷ୍ଠ ନେତା ତଥା ଆଇଟି ସେଲ୍ ଅଧ୍ୟକ୍ଷ ଓ ପୂର୍ବତନ ରାଜ୍ୟସଭା ସାଂସଦ ଓ ଦଳର ମୁଖପାତ୍ର ଅମର ପଟ୍ଟନାୟକ । ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଏକ ବଡ଼ ଧରଣର ମିଶ୍ରଣ ପର୍ବ ଅନୁଷ୍ଠିତ ହେଉଛି ଯେଉଁଥିରେ ଅମର ପଟ୍ଟନାୟକ ସାମିଲ ହୋଇପାରନ୍ତି ବୋଲି ସକାଳୁ ଚର୍ଚ୍ଚା ଜୋର ଧରିଛି ।
ଏହି ମିଶ୍ରଣ ସଭାରେ ରାଜ୍ୟ ସଭାପତି ଓ ପ୍ରଭାରୀଙ୍କ ଉପସ୍ଥିତିରେ ସାମିଲ୍ ହୋଇପାରନ୍ତି । ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ପ୍ରଭାରୀ ବିଜୟ ସିଂ ତୋମର ପ୍ରମୁଖଙ୍କ ଉପସ୍ଥିତିରେ ଅମର ପଟ୍ଟନାୟକ ଓ ନୂଆପଡ଼ା ନିର୍ବାଚନ ମଣ୍ଡଳୀର କେତେକ ପ୍ରମୁଖ ବିଜେଡି ନେତା ପଦ୍ମ ଧରିବେ ବୋଲି କୁହାଯାଉଛି ।
ଅମର ପଟ୍ଟନାୟକ ୨୦୧୮ ମସିହାରେ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ବିଜେଡିରେ ସାମିଲ ହୋଇଥିଲେ । ଏହାପରେ ବିଜେଡି ତାଙ୍କୁ ଆଇଟି ସେଲ୍ର ମୁଖ୍ୟ ଭାବେ ଦାୟିତ୍ୱ ଦେଇଥିଲା । ପରେ ୨୦୧୯ ମସିହାରେ ସେ ରାଜ୍ୟସଭା ସାଂସଦ ହୋଇଥିଲେ । ଏହି ପାଞ୍ଚ ବର୍ଷ ମଧ୍ୟରେ ରାଜ୍ୟସଭାର ବିଭିନ୍ନ କମିଟିର ମଧ୍ୟ ସଦସ୍ୟ ହୋଇଥିଲେ । ରାଜ୍ୟର ବିଭିନ୍ନ ତଥ୍ୟକୁ ସଂସଦରେ ଶାଣିତ ସ୍ୱରରେ ବିରୋଧୀଙ୍କୁ ଟାର୍ଗେଟ କରୁଥିଲେ ।
ତେବେ ବର୍ତ୍ତମାନ ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ଅମର ପଟ୍ଟନାୟକ ବିଜେପିରେ ସାମିଲ ହେବା ନେଇ ଚର୍ଚ୍ଚା ଜୋର ଧରିଛି ।
Comments are closed.