Latest Odisha News

BREAKING NEWS

Winter in Odisha: ରାଜ୍ୟରେ ପହିଲି ଶୀତ, ଆଗାମୀ ଦୁଇ ଦିନ ମଧ୍ୟରେ ଥରିବ ଓଡିଶା

ଭୁବନେଶ୍ୱର: ବାତ୍ୟାର ପ୍ରଭାବ କମିବା ପରେ ରାଜ୍ୟରେ ଉତ୍ତରା ପବନ ବହିବା ଆରମ୍ଭ ହୋଇଛି। ଫଳରେ ରବିବାରଠାରୁ ପହିଲି ଶୀତ ଅନୁଭୂତ ହେବାରେ ଲାଗିଛି। ଗତ ୩ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ପ୍ରାୟ ୫ ଡିଗ୍ରୀ ହ୍ରାସ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଅନେକ ସ୍ଥାନରେ ପାରଦ ପ୍ରାୟ ୩ ଡିଗ୍ରୀ କମିଛି । ଏକାଧିକ ସ୍ଥାନରେ ତାପମାତ୍ରା ୧୫ ଡିଗ୍ରୀ ତଳକୁ ଖସିଛି ।

ସାରା ରାଜ୍ୟରେ ତାପମାତ୍ରା ୩ରୁ ୪ ଡିଗ୍ରି ପର୍ଯ୍ୟନ୍ତ ହ୍ରାସ ପାଇଛି। ୧୨.୫ ଡିଗ୍ରୀ ସହ ଫୁଲବାଣୀ ରାଜ୍ୟର ସବୁଠୁ ଥଣ୍ଡା ସହର ପାଲଟିଛି । ଏହାସହ ରାଜ୍ୟର କିଛି କିଛି ଅଞ୍ଚଳରେ ଘନ କୁହୁଡି ମଧ୍ୟ ଦେଖାଦେବ । କୋରାପୁଟରେ ଘନ କୁହୁଡି ଦେଖାଯାଇଥିବା ବେଳେ ରାଉରକେଲାରେ ହାଲୁକା କୁହୁଡି ଦେଖିବାକୁ ମିଳିଛି।

ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟକୁ ଉତ୍ତରପଶ୍ଚିମ ଦିଗରୁ ପ୍ରବେଶ କରୁଥିବା ଶୁଷ୍କ ବାୟୁ ପ୍ରଭାବରେ ରାତିର ତାପମାତ୍ରାରେ ଆହୁରି ହ୍ରାସ ଘଟିଥିବା ସମ୍ଭାବନା ରହିଛି । ଆସନ୍ତା ୨ ଦିନ ମଧ୍ୟରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ଆହୁରି ୨.୪ ଡିଗ୍ରୀ ତାପମାତ୍ରା ହ୍ରାସ ହେବାର ସମ୍ଭାବନା ରହିଛି ।

Comments are closed.