Latest Odisha News

BREAKING NEWS

Jagannath Temple Closed:ଶ୍ରୀଜିଉଙ୍କ ବନକଲାଗି ନୀତି, ୪ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ

ପୁରୀ: ଗୁରୁବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି। ଆଜି ମାର୍ଗଶିର ମାସ କୃଷ୍ଣ ନବମୀ ତିଥି । ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗ ନୀତି ଅନୁଷ୍ଠିତ ହେବ । ଏଥିପାଇଁ ୪ ଘଣ୍ଟା ଦର୍ଶନ ବନ୍ଦ ରହବ। ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

ଶ୍ରୀମନ୍ଦିରର ମଧ୍ୟାନ୍ନ ଧୂପ ସରିବା ପରେ ଦତ୍ତମହାପାତ୍ର ସେବକ ମାନେ ରତ୍ନବେଦିରେ ସମହାପ୍ରଭୁଙ୍କର ବନକଲାଗି ନୀତି ସମ୍ପନ୍ନ କରିବେ। ବନକଲାଗି ନୀତି ପରେ ଶ୍ରୀବିଗ୍ରହଙ୍କ ମହାସ୍ନାନ ହେବ । ଏହା ପରେ ରାତି ୧୦ଟା ପରେ ପୁଣି ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହେବ।

ପ୍ରଥା ଓ ପରମ୍ପରା ଅନୁଯାୟୀ, ମହାପ୍ରଭୁଙ୍କ ଶ୍ରୀମୁଖକୁ ବିଭିନ୍ନ ପ୍ରାକୃତିକ ରଙ୍ଗରେ ସଜ୍ଜିତ କରାଯିବ । ଏଥିପାଇଁ ଆବଶ୍ୟକ ହେଙ୍ଗୁଳ, ହରିତାଳ, କର୍ପୁର ଓ କସ୍ତୁରୀ ବ୍ୟବହାର କରାଯାଇ ଦତ୍ତ ମହାପାତ୍ର ସେବାୟତମାନେ ଏହି ନୀତି ସମ୍ପନ୍ନ କରିବେ। ବନକ ଲାଗି ବା ଶ୍ରୀମୁଖ ଶୃଙ୍ଗାର ଦ୍ୱାରା ଶ୍ରୀଜିଉଙ୍କ ମୁଖ ମଣ୍ତଳ ଅଧିକ ସୁନ୍ଦର ଓ ଆକର୍ଷଣୀୟ ଦେଖାଯାଇଥାଏ।

 

Comments are closed.