Disabilities Children Survey: ରାଜ୍ୟରେ ଭିନ୍ନକ୍ଷମ ଶିଶୁଙ୍କ ହେବ ସର୍ଭେ, ଘର ଘର ବୁଲି ତଥ୍ୟ ସଂଗ୍ରହ କରିବେ ଅଙ୍ଗନବାଡ଼ି କର୍ମୀ
ଭୁବନେଶ୍ୱର: ରାଜ୍ୟରେ ଭିନ୍ନକ୍ଷମ ଶିଶୁଙ୍କ ହେବ ସର୍ଭେ। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି। ସମସ୍ତ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ, ଜିଲ୍ଲା ସମାଜିକ କଲ୍ୟାଣ ଅଧିକାରୀ, ଶିଶୁ ଉନ୍ନୟନ ପ୍ରକଳ୍ପ ଅଧିକାରୀଙ୍କୁ ଚିଠି କରାଯାଇଛି । ଏଥିସହ ସମସ୍ତ ଆଇସିଡିସି ସୁପରଭାଇଜର ଓ ଅଙ୍ଗନବାଡ଼ି କର୍ମୀଙ୍କୁ ମଧ୍ୟ ଚିଠି ହୋଇଛି ।
ଘର ଘର ବୁଲି ତଥ୍ୟ ସଂଗ୍ରହ କରିବେ ଅଙ୍ଗନବାଡ଼ି କର୍ମୀ। ଏଥିପାଇଁ ଅଙ୍ଗନବାଡ଼ି କର୍ମୀଙ୍କୁ ୫୦୦ ଟଙ୍କା ପ୍ରୋତ୍ସାହନ ରାଶି ମିଳିବ। ଜନ୍ମରୁ ୬ବର୍ଷ ମଧ୍ୟରେ ଥିବା ଭିନ୍ନକ୍ଷମ ଶିଶୁଙ୍କ କରାଯିବ ସର୍ଭେ। ଚିହ୍ନଟ ଶିଶୁଙ୍କୁ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାରେ ସାମିଲ କରାଯିବ। NEP-୨୦୨୦,RPWD ଆକ୍ଟ ୨୦୧୬ରେ କରାଯିବ ସାମିଲ। ସର୍ଭେ ଠିକ୍ ଭାବେ ହେଉଛି କି ନାହିଁ ଅଧିକାରୀମାନେ ଯାଞ୍ଚ କରିବେ। ଆସନ୍ତା ୧ ମାସ ମଧ୍ୟରେ ଶେଷ ହେବ ସର୍ଭେ ପ୍ରକ୍ରିୟା।
ଭିନ୍ନକ୍ଷମ ଅଧିକାର ଆକ୍ଟ (ଆର୍ପିଡବ୍ଲୁଡି),୨୦୧୬ରେ ଥିବା ସମସ୍ତ ୨୧ କାଟାଗୋରୀରେ ସମସ୍ତ ଭିନ୍ନକ୍ଷମ ଶିଶୁଙ୍କୁ ସାମିଲ କରାଯିବ । ଅଙ୍ଗନବାଡ଼ି କର୍ମୀମାନେ ନିଜ ଅଞ୍ଚଳରେ ଘର ଘର ବୁଲି ସର୍ଭେ କରିବେ । ଏଥିପାଇଁ ସେମାନଙ୍କୁ ୫୦୦ ଟଙ୍କା ପ୍ରୋତ୍ସାହନ ରାଶି ପ୍ରଦାନ କରାଯିବ । ଏହାର ସଂପୂର୍ଣ୍ଣ ଡାଟା ଆଇସିଡିସି ସୁପରଭାଇଜରଙ୍କ ଦ୍ୱାରା ସିଡିପିଓଙ୍କୁ ପ୍ରଦାନ କରାଯିବ । ଏହି ସର୍ଭେ ଠିକ୍ ଭାବେ ହେଉଛି କି ନାହିଁ ତାକୁ ଅଧିକାରୀମାନେ ଯାଞ୍ଚ କରିବେ । ଏହି ସର୍ଭେ ପ୍ରକ୍ରିୟା ଆସନ୍ତା ୧ ମାସ ମଧ୍ୟରେ ଶେଷ ହେବ ।
Comments are closed.