ଭୁବନେଶ୍ବର: ବିଗିଡ଼ିଲା ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟ ଅବସ୍ଥା । ଓଲିଉଡ୍ ଇଣ୍ଡଷ୍ଟ୍ରିର ଖ୍ୟାତନାମା ସିଙ୍ଗର୍ ହ୍ୟୁମାନ ସାଗର କିଡନି ଓ ଲିଭର୍ ଜନିତ ସମସ୍ୟା ଯୋଗୁଁ ପ୍ରଥମେ ସେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ, ଏବେ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ବର ଏମ୍ସ କୁ ସ୍ଥାନାନ୍ତର କରାଯାଇଛି ।
ସେପଟେ, ଓଲିଉଡର ଜଣାଶୁଣା ସଂଗୀତ ନିର୍ଦ୍ଦେଶକ ତଥା ଗାୟକ ଅଭିଜିତ ମଜୁମଦାରଙ୍କୁ ଆଜି ୱାର୍ଡକୁ ସ୍ଥାନାନ୍ତରିତ କରାଯାଇଛି । ଏମ୍ସ ପକ୍ଷରୁ ଦିଆଯାଇଥିବା ତଥ୍ୟ ଅନୁଯାୟୀ, ତାଙ୍କର ଭାଇଟାଲ୍ସ ସ୍ଥିର ରହିଛି । ତାଙ୍କୁ ଭେଣ୍ଟିଲେଟର ସପୋର୍ଟରୁ ବାହାର କରାଯାଇଛି । ତାଙ୍କୁ ମେଡିସିନ୍ ୱାର୍ଡକୁ ସ୍ଥାନାନ୍ତରିତ କରାଯାଇଛି ।
Comments are closed.