କେନ୍ଦୁଝର: ଆଜି ୧୨ ଘଣ୍ଟିଆ କେନ୍ଦୁଝର ବନ୍ଦ । ବିଶ୍ବହିନ୍ଦୁ ପରିଷଦ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ହିନ୍ଦୁ ଜନଜାତି ଦିବ୍ୟାଙ୍ଗ ନାବାଳିକା ବଳାତ୍କାର ବିରୁଦ୍ଧରେ, ଅନୁପ୍ରବେଶକାରୀ, ଉପଦ୍ରବକାରୀ, ଅସାମାଜିକ କାର୍ଯ୍ୟରେ ଲିପ୍ତ ବ୍ୟକ୍ତିମାନଙ୍କୁ ଚିହ୍ନଟ କରି ଜିଲ୍ଲାରୁ ବାହାର କରିବା ଦାବିରେ ଏହି ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ବିଶ୍ଵହିନ୍ଦୁ ପରିଷଦର ନେତା ଓ ସଦସ୍ୟମାନେ ପିକେଟିଂ କରି ବିଭିନ୍ନ ସ୍ଥାନରେ ବନ୍ଦ କରିଛନ୍ତି l
ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏ ଏହି ବନ୍ଦ କରାଯିବ ବୋଲି ବିଶ୍ୱ ହିନ୍ଦୁ ପରିଷଦ ସଭାପତି ତୁଷାରକାନ୍ତ ସାମନ୍ତ ସୂଚନା ଦେଇଛନ୍ତି । ଜିଲ୍ଲାରେ ଅତ୍ୟାବଶ୍ୟକ ସେବାକୁ ବାଦ୍ ଦେଲେ ଦୋକାନ, ବଜାର, ସ୍କୁଲ୍, କଲେଜ, ଯାନବାହାନ ଚଳାଚଳ ବନ୍ଦ ରହିଛି ।
Comments are closed.