ଭୁବନେଶ୍ୱର: ଭୁବନେଶ୍ବର ଏଜି ଛକରେ ସ୍ଥାପନ ହେବ ସଡ଼କ ଦୁର୍ଘଟଣା ଘଣ୍ଟା । ଏ ନେଇ ଭୁବନେଶ୍ବର ସ୍ମାର୍ଟସିଟି ଲିମିଟେଡ୍ ମହାପ୍ରବନ୍ଧକଙ୍କୁ ପରିବହନ ଯୁଗ୍ମ ନିର୍ଦ୍ଦେଶକ ଚିଠି ଲେଖିଛନ୍ତି । ସଡ଼କ ଦୁର୍ଘଟଣା ବାବଦରେ ସଚେତନ କରିବ ସଡ଼କ ଦୁର୍ଘଟଣା ଘଣ୍ଟା । ସଚେତନ ସହ ସକରାତ୍ମକ ଆଚରଣରେ ପରିବର୍ତ୍ତନକୁ ପ୍ରୋତ୍ସାହିତ କରିବ
ମେସର୍ସ ଆଡସଫ୍ଟ ଟେକ୍ନୋଲୋଜି ଲିମିଟେଡ୍ ପକ୍ଷରୁ ଦୁର୍ଘଟଣା ଘଣ୍ଟା ପାଇଁ ଏକ ବାହ୍ୟ ଭିଡିଓ ୱାଲ୍ ପାଇଁ ଏକ ଟେକ୍ନୋ-କମର୍ସିଆଲ୍ ପ୍ରସ୍ତାବ ମଧ୍ୟ ପ୍ରାପ୍ତ ହୋଇଛି । ପରିବହନ କମିଶନରଙ୍କ ସହ ପରାମର୍ଶ କରି ଦୁର୍ଘଟଣା ଘଣ୍ଟା ସ୍ଥାପନ ପାଇଁ ଭୁବନେଶ୍ୱର ସ୍ମାର୍ଟସିଟି ଲିମିଟେଡର ମହାପ୍ରବନ୍ଧକଙ୍କୁ ପରିବହନ ଯୁଗ୍ମ ନିର୍ଦ୍ଦେଶକ ଚିଠି ଲେଖିଛନ୍ତି ।
Comments are closed.