Latest Odisha News

BREAKING NEWS

Cyclone Alert: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଲଘୁଚାପ; ୨୭ ପରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇ ଆଗକୁ ବଢ଼ିବା ଆରମ୍ଭ କରିଛି । ଯାହାର ବ୍ୟାପ୍ତି ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳରେ ୫.୮ କିମି ଉଚ୍ଚତା ପର୍ଯ୍ୟନ୍ତ ରହିଛି। ଆସନ୍ତା ୨୪ ତାରିଖ ବେଳକୁ ଏହା ଆହୁରି ଘନୀଭୂତ ହୋଇ ଦକ୍ଷିଣପୂର୍ବ ବଙ୍ଗୋପସାଗର ଉପରେ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି।

କିଛି ମଡେଲ୍ ଦର୍ଶାଇଛି ଏହା ୨୬ରେ ବାତ୍ୟାରେ ପରିଣତ ହେବା ଆଶଙ୍କା ରହିଛି। ସମ୍ଭାବ୍ୟ ବାତ୍ୟା ଆନ୍ଧ୍ର ଓ ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇବା ଆଶଙ୍କାକୁ ମଧ୍ୟ ଏଡ଼ାଇ ଦିଆଯାଇ ନପାରେ। ତେବେ ଏହା ବାତ୍ୟାର ରୂପ ନେବ କି ନାହିଁ, ତାହା ୨୭ ତାରିଖରେ ସ୍ପଷ୍ଟ ହେବ । କିନ୍ତୁ ଅବପାତରେ ପରିଣତ ହେବା ପରେ ୨ରୁ ୩ଦିନ ଆହୁରି ଘନୀଭୂତ ହେବା ସମ୍ଭାବନା ଥିବାରୁ ଏହା ଶକ୍ତିଶାଳୀ ହେବା ଆଶଙ୍କା ରହିଛି ।

ସମ୍ଭାବ୍ୟ ବାତ୍ୟା ଯେଉଁଠାରେ ଲ୍ୟାଣ୍ଡଫଲ୍ କଲେ ମଧ୍ୟ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ତେଣୁ କୃଷି ପାଣିପାଗ ବିଶେଷଜ୍ଞ ଚାଷୀମାନଙ୍କୁ ସତର୍କତା ପଦକ୍ଷେପ ନେବା ଆବଶ୍ୟକ ବୋଲି କହିଛନ୍ତି। ବିଶେଷ କରି ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବଡ଼ ବର୍ଷା ଭୟ ରହିଛି ।

 

Comments are closed.