Latest Odisha News

BREAKING NEWS

Weather update: ପୁଣି ଥରେ ଫେରିଲା ଶୀତ;୪ସ୍ଥାନରେ ତାପମାତ୍ରା ୧୨ ଡିଗ୍ରୀ ତଳେ

ଭୁବନେଶ୍ୱର:ପୁଣି ରାଜ୍ୟକୁ ଫେରିଛି ଶୀତ । କନ୍ଧମାଳ ଜିଲ୍ଲାର ଆଭ୍ୟନ୍ତରୀଣ ଅଞ୍ଚଳରେ ଶୀତର ପ୍ରଭାବ ଅଧିକ ଅନୁଭୂତ ହେଉଛି । ୧୯ତାରିଖ ଠାରୁ ପାରଦ ପୁଣି ବଢ଼ିବାରେ ଲାଗିଥିଲା । ୧୫ଟି ସ୍ଥାନର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି । ୪ଟି ସ୍ଥାନର ତାପମାତ୍ରା ୧୨ ଡିଗ୍ରୀ ବା ଏହାଠାରୁ ତଳକୁ ଖସିଯାଇଛି । ମଙ୍ଗଳବାର ରାତିରେ ଜି ଉଦୟଗିରିରେ ରାତି ତାପମାତ୍ରା ସବୁଠୁ କମ୍ ବା ୮.୬ ଡିଗ୍ରୀ ରହିଥିଲା । ଗୁରୁବାର ଓ ଶୁକ୍ରବାର ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ପାରଦ ୧୫ ଡିଗ୍ରୀରୁ ତଳେ ରହିବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ଆସନ୍ତା ଦୁଇ ଦିନ ରାତି ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ଖସିବା ସହ ଥଣ୍ଡା ବଢ଼ିଯିବ । ଶୀତକୁ ନେଇ ଏମିତି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ମଙ୍ଗଳବାର ରାତିରେ ଦାରିଙ୍ଗିବାଡ଼ିରେ ୧୦ ଡିଗ୍ରୀ, ରାଉରକେଲାରେ ୧୦.୧, ଝାରସୁଗୁଡ଼ାରେ ୧୦.୪, ଫୁଲବାଣୀରେ ୧୨, କେନ୍ଦୁଝରରେ ୧୨.୫, ସୁନ୍ଦରଗଡ଼ରେ ୧୨.୬, କୋରାପୁଟରେ ୧୩.୨, ବାରିପଦାରେ ୧୨.୬, ଭବାନୀପାଟଣା ଓ ନବରଙ୍ଗପୁରରେ ୧୩.୮, ଭଦ୍ରକରେ ୧୪, ଢେଙ୍କାନାଳରେ ୧୪.୧, ରାୟଗଡ଼ାରେ ୧୪.୪, ସମ୍ବଲପୁରରେ ୧୫.୨, ବଲାଙ୍ଗିରରେ ରାତି ତାପମାତ୍ରା ୧୫.୫ ଡିଗ୍ରୀ ରହିଥିଲା । କଟକରେ ୧୪.୬ ଡିଗ୍ରୀ ଓ ରାଜଧାନୀ ଭୁବନେଶ୍ୱରରେ ୧୬ ଡିଗ୍ରୀ ରେକର୍ଡ ହୋଇଥିଲା ।

 

Comments are closed.