Latest Odisha News

BREAKING NEWS

E-Kyc: ସାଢେ ୬ ଲକ୍ଷରୁ ଅଧିକ ମୃତ ବ୍ୟକ୍ତିଙ୍କ ନାଁରେ ରହିଛି ରାସନ କାର୍ଡ….

ଭୁବନେଶ୍ବର: ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଜାରି ରହିବ E-KYC ପ୍ରକ୍ରିୟା । E-KYC ତର୍ଜମା ସମୟରେ ୬ ଲକ୍ଷ ୮୩ ହଜାର ୯୯୫ ମୃତ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି । ଏନେଇ ଆଜି ବିଧାନସଭାରେ ଲିଖିତ ଉତ୍ତର ରଖିଲେ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର ।

ସେହିପରି ୩୩ ହଜାର ୧୨୮ ଅଯୋଗ୍ୟ ରାସନ କାର୍ଡ ବାତିଲ କରାଯାଇଛି । ଯାହାର ପରିବାର ସଦସ୍ୟଙ୍କ ସଂଖ୍ୟା ୧ ଲକ୍ଷ ୨୦ ହଜାର ୧୯୯ ଅଟେ । ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରେ ୪୭୪୭ ଜାଲ୍‌ ରାସନ କାର୍ଡ ଧରାପଡ଼ିଛି । ସେହିପରି ଦ୍ୱିତୀୟରେ କଟକରୁ ୨୯୦୫ ଗୋଟି ଜାଲି କାର୍ଡ ଧରା ପଡିଛି । ତୃତୀୟରେ ରହିଛି ସୁନ୍ଦରଗଡ଼ ଜିଲ୍ଲା ରହିଛି ଏଠାରେ ୨୩୫୭ ଗୋଟି ଜାଲି ରାସନ କାର୍ଡ ଧରା ପଡ଼ିଛି । ଗତବର୍ଷ ଜୁନ୍‌ରୁ ୧୫ ଲକ୍ଷ ୩୩ ହଜାର ୧୫୩ ଜଣ ଆବେଦନ କରିଛନ୍ତି ।

ଜୁନ୍ ୨୦୨୪ ଠାରୁ ରାସନ କାର୍ଡ଼ ପାଇଁ ମୋଟ ୧୫ ଲକ୍ଷ ୩୩ ହଜାର ୧୫୩ ଗୋଟି ଆବେଦନ ହସ୍ତଗତ ହୋଇଛି । ସେଥି ମଧ୍ୟରୁ, ୩ ଲକ୍ଷ ୨୩ ହଜାର ୧୪୫ଟି ଆବେଦନର କ୍ଷେତ୍ର ତର୍ଜମା ପରେ ଯୋଗ୍ୟ ବିବେଚିତ ହୋଇ ଖାଦ୍ୟ ସୁରକ୍ଷା ଯୋଜନାରେ ନୂତନ ଭାବରେ ଅନ୍ତର୍ଭୁକ୍ତ ହୋଇଛନ୍ତି । ଯାହାର ପରିବାର ସଦସ୍ୟ ସଂଖ୍ୟା ୬ ଲକ୍ଷ ୩୯ ହଜାର ୮୨୭ ରହିଛନ୍ତି ।

Leave A Reply

Your email address will not be published.