ନୂଆଦିଲ୍ଲୀ: ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍ ପାଣ୍ଠି (ପିଏମଏନଆରଏଫ)ରୁ ଆହତ ବ୍ୟକ୍ତିଙ୍କୁ ୫୦ହଜାର ଟଙ୍କା ଲେଖାଏଁ ଦେବାକୁ ଘୋଷଣା କରିଛନ୍ତି ମୋଦୀ । ଅଗ୍ନିକାଣ୍ଡରେ ୨୩ ଜଣଙ୍କ ମୃତ୍ୟୁ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାୱନ୍ତଙ୍କ ସହ କଥା ହୋଇ ମୃତକଙ୍କ ପରିବାରକୁ ଅନୁକମ୍ପା ଘୋଷଣା କରିବ ସହ ଆହତ ବ୍ୟକ୍ତିଙ୍କୁ ସାହାଯ୍ୟ ଘୋଷଣା କରିଥିବା ମୁଖ୍ୟମନ୍ତ୍ରୀ ଶ୍ରୀ ସାୱନ୍ତ କହିଛନ୍ତି ।
ମୋଦୀ ଘଟଣାରେ ପ୍ରତିକ୍ରିୟା ରଖି ଏକ୍ସରେ ଲେଖିଛନ୍ତି, ଗୋଆର ଆରପୋରାରେ ଅଗ୍ନିକାଣ୍ଡ ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦ । ପ୍ରିୟଜନଙ୍କୁ ହରାଇଥିବା ସମସ୍ତ ପରିବାରକୁ ମୋର ସମବେଦନା ଜଣାଉଛି । ଆହତମାନେ ଶୀଘ୍ର ସୁସ୍ଥ ହୁଅନ୍ତୁ ବୋଲି ମୋଦି ଏକ୍ସରେ ପୋଷ୍ଟ କରିଛନ୍ତି ।ଶନିବାର ବିଳମ୍ବିତ ରାତିରେ ବିର୍ଚ ବାଇ ରୋମିଓ ଲେନରେ ଥିବା ଏକ ନାଇଟ୍ କ୍ଲବ୍ ରେ ଅଗ୍ନିକାଣ୍ଡ ଘଟି ୨୩ ଜଣଙ୍କର ମୃତ୍ୟୁ ହୋଇଥିଲା ।