Latest Odisha News

BREAKING NEWS

ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଖର୍ଚ୍ଚ ହୋଇଛି ୫୦ ଲକ୍ଷ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ମରାମତି ପାଇଁ ଖର୍ଚ୍ଚ ହୋଇଛି ୫୦ ଲକ୍ଷ ଟଙ୍କା । ସେହିପରି ଅନ୍ୟ ଏକ ସରକାରୀ ବାସଭବନ ପାଇଁ ମଧ୍ୟ ୨୩ ଲକ୍ଷରୁ ଅଧିକ ଟଙ୍କା ଖର୍ଚ୍ଚ ହୋଇଛି । ବିଧାନସଭାରେ ବିଜେଡି ବିଧାୟକ ଗୌତମବୁଦ୍ଧ ଦାସଙ୍କ ପ୍ରଶ୍ନରେ ଉତ୍ତର ଦେଇ ମୁଖ୍ୟମନ୍ତ୍ରୀ ଏହି ତଥ୍ୟ ରଖିଛନ୍ତି।

ମିଳିଥିବା ତଥ୍ୟ ଅନୁସାରେ ସରକାରୀ ଆବାସର ମରାମତି ପାଇଁ ୫୦ ଲକ୍ଷ ୧୦ ହଜାର ୮୭୧ ଟଙ୍କା ଖର୍ଚ୍ଚ ହୋଇଛି । ସେହିପରି ଆଉ ଏକ ସରକାରୀ ବାସଭବନ ପାଇଁ ୨୩ ଲକ୍ଷ ୪୭ ହଜାର ୪୮୭ ଟଙ୍କା ଖର୍ଚ୍ଚ ହୋଇଛି । ମୁଖ୍ୟମନ୍ତ୍ରୀଙ୍କ ସମେତ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ଘର ମରାମତି ପାଇଁ ୧୮ ଲକ୍ଷ ୯୦ ହଜାର, କେଭି ସିଂଦେଓଙ୍କ ଘର ମରାମତି ପାଇଁ ୨୮ ଲକ୍ଷ ୨୧ ହଜାର ଟଙ୍କା ଖର୍ଚ୍ଚ ହୋଇଛି।

ଜଙ୍ଗଲ ପରିବେଶ ମନ୍ତ୍ରୀଙ୍କ ବାସଭବନ ମରାମତି କାର୍ଯ୍ୟରେ ୨୫ ଲକ୍ଷ ୭୪ ହଜାର ୬୭୨ ଟଙ୍କା ଖର୍ଚ୍ଚ ହୋଇଥିବାବେଳେ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କର ଖର୍ଚ୍ଚ ହୋଇଛି ୨୫ ଲକ୍ଷ ୭୨ ହଜାର ୫୧୭ ଟଙ୍କା । ନିଜ ସରକାରୀ ବାସଭବନରେ ସବୁଠାରୁ କମ ଖର୍ଚ୍ଚ କରିଥିବା ମନ୍ତ୍ରୀ ହେଉଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।

Leave A Reply

Your email address will not be published.