Latest Odisha News

BREAKING NEWS

Malkangiri Community Clash: ମାଲକାନଗିରି ହିଂସାକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦିଆଗଲା ରିପୋର୍ଟ

ଭୁବନେଶ୍ୱର: ମାଲକାନଗିରି ଜିଲ୍ଲା ଏମ୍‌ଭି ୨୬ ଓ ରାଖେଲଗୁଡ଼ା ଗାଁ ବିବାଦକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଉପମୁଖ୍ୟମନ୍ତ୍ରୀ କେନକ ବର୍ଦ୍ଧନ ସିଂହଦେଓ ରିପୋର୍ଟ ଦେଇଛନ୍ତି । ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ମାଲକାନଗିରିରେ ସ୍ଥିତି ସମୀକ୍ଷା କରି ଫେରିବା ପରେ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଇଛନ୍ତି ।

ତେବେ ଗତକାଲି ଉପମୁଖ୍ୟମନ୍ତ୍ରୀ ମାଲକାନଗିରି ଗସ୍ତରେ ଯାଇ ପର୍ଯ୍ୟାୟ କ୍ରମେ ଦୁଇ ଗୋଷ୍ଠୀଙ୍କ ସହ ଆଲୋଚନା କରିଥିଲେ । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ବୈଠକ ସରିବା ପରେ କେଭି ସିଂଦେଓ ପ୍ରତିକ୍ରିୟା ରଖି କହିଥିଲେ ଦୁଇ ଗୋଷ୍ଠୀ ଦାବିପତ୍ର ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବି । ଆଇନଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ସେ କହିଥିଲେ ।

ସେପଟେ, ମାଲକାନଗିରିର ଏମ୍‌ଭି ୨୬ରେ ସୁଧୁରୁଛି ସ୍ଥିତି, ଫେରୁଛି ଶାନ୍ତି । ଜିଲ୍ଲାରେ ଇଣ୍ଟରନେଟ୍‌ କଟକଣା ୨୪ ଘଣ୍ଟା ବୃଦ୍ଧି କରାଯାଇଛି । ଆଜି ରାତି ୧୨ ଯାଏଁ କଟକଣା ବଢ଼ିଛି । ସେପଟେ ଆସନ୍ତା ୧୪ରୁ ୧୮ ଯାଏଁ ହେବାକୁ ଥିବା ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ ରହିଛି ।

Leave A Reply

Your email address will not be published.