Latest Odisha News

BREAKING NEWS

ହାଡ଼ଭଙ୍ଗା ଜାଡ଼ରେ ଥରୁଛି ସାରା ଓଡ଼ିଶା

ଭୁବନେଶ୍ବର: ହାଡ଼ଭଙ୍ଗା ଜାଡ଼ରେ ଥରୁଛି ସାରା ଓଡ଼ିଶା।  ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା। ଆଗାମୀ ସପ୍ତାହ ପର୍ଯ୍ୟନ୍ତ ଶୀତ ଲହରୀରୁ ନାହିଁ ନିସ୍ତାର।

କୋରାପୁଟ ଜିଲ୍ଲା ଦାମନଯୋଡ଼ିରେ ସର୍ବନିମ୍ନ ତାପମାତ୍ରା ୩ ଡିଗ୍ରୀ ରେକର୍ଡ କରାଯାଇଛି। କନ୍ଧମାଳ ଜିଲ୍ଲା ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୪ ଡିଗ୍ରୀ ରେକର୍ଡ କରାଯାଇଛି। କନ୍ଧମାଳ ଦାରିଙ୍ଗବାଡ଼ିରେ ପ୍ରବଳ ଶୀତ ସାଙ୍ଗକୁ ତୁଷାରପାତ ଦେଖିବାକୁ ମିଳିଛି। ଏପଟେ ଝାରସୁଗୁଡ଼ାରେ ମଧ୍ୟ ହାଡ଼ଭଙ୍ଗା ଶୀତ ଅନୁଭୂତ ହେଉଛି। ସକାଳ ୫ଟା ୩୦ ସୁଦ୍ଧା ତାପମାତ୍ରା ୮.୮ ଡିଗ୍ରି ରେକର୍ଡ କରାଯାଇଛି । ଗତକାଲି ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୩ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଆଜି ଘୁ. ଉଦୟଗିରିର ପାରଦ ସ୍ତର ୩.୧ ଡିଗ୍ରୀକୁ ଖସିଛି ।

ଆଗାମୀ ସପ୍ତାହ ପର୍ଯ୍ୟନ୍ତ ଶୀତ ଲହରୀରୁ ନିସ୍ତାର ମିଳିବ ନାହିଁ।ରାଜ୍ୟର ଅନ୍ୟାନ୍ୟ ସ୍ଥାନ ଗୁଡ଼ିକରେ ମଧ୍ୟ ତଳ ମୁହାଁ ରହିବ ପାରଦ। ତେବେ ଦିନର ସର୍ବୋଚ୍ଚ ତାପମାତ୍ରା ୨୯ ଡିଗ୍ରୀ ଓ ସର୍ବନିମ୍ନ ରାତି ତାପମାତ୍ରା ୧୨ ଡିଗ୍ରୀ ରହିବା ନେଇ ଭାରତୀୟ ପାଣିପାଗ ବିଜ୍ଞାନ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

 

Leave A Reply

Your email address will not be published.