Latest Odisha News

BREAKING NEWS

ଧନୁସଂକ୍ରାନ୍ତିରେ ମହାପ୍ରଭୁ ଖାଇଲେ ପହିଲିଭୋଗ, ବାପ ଘର ଗଲେ ମା’ ମହାଲକ୍ଷ୍ମୀ

ପୁରୀ: ଆଜି ପବିତ୍ର ଧନୁ ସଂକ୍ରାନ୍ତି ଅବସରରେ ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ହୋଇଛି ଶ୍ରୀଜିଉଙ୍କ ପହିଲି ଭୋଗ ନୀତି । ଏହି ନୀତି ଦୀର୍ଘ ଏକ ମାସ ଧରି ଅର୍ଥାତ ଆସନ୍ତା ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଚାଲୁ ରହିବ । ଏହି ସମୟରେ ମାସଯାକ ମହାପ୍ରଭୁଙ୍କ ନୀତିକାନ୍ତି ସୂର୍ଯ୍ୟେଦୟ ବହୁ ପୁର୍ବରୁ ହୋଇଥାଏ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନୀତି ନିର୍ଘଣ୍ଟ ପ୍ରସ୍ତୁତ କରାଯାଇଛି ।

ପହିଲି ଭୋଗରେ ମହାପ୍ରଭୁଙ୍କ ପାଇଁ ବିଭିନ୍ନ ବ୍ୟଞ୍ଜନ, ବଡ଼ଝିଲି, ବଡ଼ବଡ଼ା, କାକରା, ଅମାଲୁ, ଝିଲି, ଏଣ୍ଡୁରି, ଲଡୁ, ବଡ଼ି ଓ ଖଇରଚୂଳ ପରି ବିଭିନ୍ନ ଭୋଗ ଲାଗି ହୋଇଛି ।

ପହିଲିଭୋଗ ନୀତି ସମୟରେ ରାତ୍ର ୨ଟାରେ ଶ୍ରୀମନ୍ଦିର ଦ୍ୱାର ଫିଟାଯାଇ ଭିତରଶୋଧ, ମଙ୍ଗଳଆଳତି, ରୋଷହୋମ, ମଇଲମ ଓ ତଡ଼ପଲାଗି, ଅବକାଶ, ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା ଓ ବେଶ ଶେଷ ପରେ ପହିଲି ଭୋଗ ଓ ଗୋପାଳ ବଲ୍ଲଭ ଅନୁଷ୍ଠିତ ହୋଇଥିଲା ।

ପୌରାଣିକ କିମ୍ବଦନ୍ତୀ ଅନୁଯାୟୀ ଦ୍ବାପର ଯୁଗରେ ମା ଯଶୋଦା ଏହି ପହିଲି ଭୋଗ ଖୁଆଇଥିଲେ କୃଷ୍ଣ, ବଳରାମଙ୍କୁ । ଏଣୁ, ଏହି ଭୋଗ ମା’ଯଶୋଦାଙ୍କ ପୁତ୍ର ପ୍ରତି ବାତ୍ସଲ୍ୟ ସ୍ନେହ ଓ ନୈସର୍ଗିକ ପ୍ରେମର ନିଦର୍ଶନ । ସେଥିପାଇଁ ଏହି ପହିଲି ଭୋଗର ବ୍ୟବସ୍ଥା ଚଳିଆସିଛି । ଅନ୍ୟପଟେ, ମା’ ଲଷ୍ମୀ ଏହି ମାସକ ଯାକ ନିଜର ବାପଘରେ ରୁହନ୍ତି । ପୌଷ ମାସରେ ବୋହୂ ନିଜର ବାପ ଘରକୁ ଯିବାର ଚଳଣୀ ଓଡ଼ିଆ ଘର ମାନଙ୍କରେ ରହିଛି ।

Leave A Reply

Your email address will not be published.