Latest Odisha News

BREAKING NEWS

Cold Wave: ରାଜ୍ୟରେ ଜାରି ରହିବ ଶୀତ, ରାତି ତାପମାତ୍ରା ସାମାନ୍ୟ ପ୍ରାୟ ୧ ଡିଗ୍ରୀ ଯାଏ ବଢ଼ିପାରେ…

ଭୁବନେଶ୍ୱର: ଜାଡରେ ଥରହର ସାରା ଓଡିଶା । ଏଭଳି ପରିସ୍ଥିତି ଆଗକୁ ମଧ୍ୟ ଜାରି ରହିବ । ରାତି ତାପମାତ୍ରା ସାମାନ୍ୟ ପ୍ରାୟ ୧ ଡିଗ୍ରୀ ଯାଏ ବଢ଼ିପାରେ । ୩୦ ତାରିଖ ବେଳକୁ କିଛି ସ୍ଥାନରେ ଅଧିକ ଶୀତ ହେବନି ଓ ପାଗ ଆରାମଦାୟକ ରହିବ ବୋଲି ପୂର୍ବାନୁମାନ କରଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।

ପାଣିପାଗ ବିଭାଗର ସୂଚନାକ୍ରମେ, ସୋମବାର ଫୁଲବାଣୀରେ ୬ ଡିଗ୍ରୀ, କୋରାପୁଟରେ ୭, ବୌଦ୍ଧ ଓ ନବରଙ୍ଗପୁରରେ ୮ଡିଗ୍ରୀ ରହିପାରେ ବୋଲି ଆକଳନ କରାଯାଇଛି । ଉପକୂଳ ଓଡ଼ିଶାରେ ଅପେକ୍ଷାକୃତ କମ୍‌ ଶୀତ ହେବ । ଏଠାରେ ରାତି ତାପମାତ୍ରା ୧୨ରୁ ୧୫ ଡିଗ୍ରୀ ରହିବ ବୋଲି ପାଣିପାଗ ବିଭାଗର ଆକଳନରୁ ଜଣାପଡ଼ିଛି । ଶନିବାର ଜି. ଉଦୟଗିରିରେ ପାରଦ ସବୁଠୁ କମ୍‌ ୫.୬ ଡିଗ୍ରୀ ରେକର୍ଡ ହୋଇଥିଲା ।

ଫୁଲବାଣୀ ଓ ଦାରିଙ୍ଗବାଡ଼ିରେ ୭ ଡିଗ୍ରୀ ରହିଥିଲା । ଅନୁଗୁଳରେ ରାତି ତାପମାତ୍ରା ସ୍ୱାଭାବିକଠାରୁ ୩.୯ ଡିଗ୍ରୀ କମ୍‌ ରହିଥିଲା । କୋରାପୁଟରେ ସ୍ୱାଭାବିକଠାରୁ ୩.୬ ଡିଗ୍ରୀ, ଭବାନୀପାଟଣା ଓ ଝାରସୁଗୁଡ଼ାରେ ୨.୧ ଡିଗ୍ରୀ କମ୍‌ ରହିଥିଲା ।

Leave A Reply

Your email address will not be published.