Latest Odisha News

BREAKING NEWS

ଦୁଷ୍କର୍ମ ଓ ହତ୍ୟା ମାମଲା; ବିଜେଡ଼ି ଓ କଂଗ୍ରେସ ପକ୍ଷରୁ ଆସନ୍ତାକାଲି ଚାନ୍ଦବାଲି ବନ୍ଦ ଡାକରା

ଚାନ୍ଦବାଲି ନାବାଳିକା ଦୁଷ୍କର୍ମ ଓ ହତ୍ୟା ଘଟଣାରେ ପଡ଼ିତାଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା

ଭୁବନେଶ୍ୱର: ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ଏବଂ ହତ୍ୟା ଅଭିଯୋଗକୁ ନେଇ ଆସନ୍ତାକାଲି ବିଜୁ ଜନତା ଦଳ (ବିଜେଡି) ଏବଂ କଂଗ୍ରେସ ପକ୍ଷରୁ ଛଅ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି।

ସକାଳ ୬ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ବନ୍ଦ ଡାକରା ଦିଆଯାଇଛି। ଏନେଇ ଚାନ୍ଦବାଲି ବିଧାୟକ ତଥା ବିଜେଡି ନେତା ବ୍ୟୋମକେଶ ରାୟ ଏବଂ କଂଗ୍ରେସ ନେତା ଦିଗମ୍ବର ଦାସ ସୂଚନା ଦେଇଛନ୍ତି।

ଅପରପକ୍ଷରେ ଭଦ୍ରକ ଜିଲ୍ଲା ଚାନ୍ଦବାଲିଠାରେ ଘଟିଯାଇଥିବା ଅଭାବନୀୟ ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହ ଦିବଂଗତ ଆତ୍ମାର ସଦଗତି ପାଇଁ ପ୍ରାର୍ଥନା କରିଛନ୍ତି। ସମ୍ପୃକ୍ତ ଘଟଣାର ଉପଯୁକ୍ତ ତଦନ୍ତ କରି ଦୋଷୀଙ୍କୁ ଆଇନ ଅନୁଯାୟୀ କଠୋରରୁ ଅତି କଠୋର ଦଣ୍ଡ ବିଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହ ପୀଡ଼ିତାଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କାର ସହାୟତା ପ୍ରଦାନ ପାଇଁ ଘୋଷଣା କରିଛନ୍ତି।

ସେହିପରି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଏହି ଘଟଣାର ନିନ୍ଦା କରି କହିଛନ୍ତି ଯେ ଅଭିଯୁକ୍ତଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

 

Leave A Reply

Your email address will not be published.