ଯାଜପୁର: ପରଲୋକରେ ବରିଷ୍ଠ ବିଜେପି ନେତ୍ରୀ ତଥା କୋରେଇର ପୂର୍ବତନ ବିଧାୟିକା ସଞ୍ଚିତା ମହାନ୍ତିଙ୍କ ପରଲୋକ। ଭୁବନେଶ୍ୱର ସ୍ଥିତ ବାସଭବନରେ ଆଖି ବୁଜିଲେ। ଅନେକ ଦିନ ଧରି ଅସୁସ୍ଥ ରହି ଚିକିତ୍ସିତ ହେଉଥିଲେ। ୨୦୦୪ ରୁ ୨୦୦୯ ଯାଏଁ ଯାଜପୁର ଜିଲ୍ଲା କୋରେଇ ନିର୍ବାଚନୀ ମଣ୍ଡଳୀରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।
ଆଜି ସକାଳେ ସେ ଅସୁସ୍ଥତା ଅନୁଭବ କରିଥିଲେ। ଏହାପରେ ତାଙ୍କୁ ଡାକ୍ତରଖାନାକୁ ନିଆଯାଇଥିଲା। ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। ତାଙ୍କ ବିୟୋଗରେ ବହୁ ବିଜେପି ନେତା ଗଭୀର ଶୋକ ପ୍ରକାଶ କରିଛନ୍ତି।