Latest Odisha News

BREAKING NEWS

ଆଜିଠୁ ଅନିର୍ଦ୍ଦିଷ୍ଟକାଳ ପର୍ଯ୍ୟନ୍ତ ସକାଳ ୧୦ରୁ ୧୧ଟା ପର୍ଯ୍ୟନ୍ତ ବନ୍ଦ ରହିବ ଓପିଡି

ଭୁବନେଶ୍ବର: ଆଜି ଠାରୁ ସକାଳେ ଏକ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ରହିବ ଓଟିପି । ସକାଳ ୧୦ରୁ ୧୧ଟା ଯାଏଁ ସରକାରୀ ଡାକ୍ତରଖାନାରେ ବହିର୍ବିଭାଗ, ଓପିଡି ବନ୍ଦ ରହିବ । ଏହାସହ ଜାତୀୟ ସ୍ବାସ୍ଥ୍ୟ ମିସନ୍‌ ପକ୍ଷରୁ ହେଉଥିବା କାର୍ଯ୍ୟକୁ ମଧ୍ୟ ବନ୍ଦ କରାଯିବ । ଏନେଇ ଓଡ଼ିଶା ମେଡିକାଲ ସେବା ସଂଘ, ଓମସା ପକ୍ଷରୁ ଘୋଷଣା କରାଯାଇଛି ।

ସକାଳ ୧୦ରୁ ୧୧ଟା ପର୍ଯ୍ୟନ୍ତ ଡାକ୍ତରମାନେ ଓପିଡିରେ ରୋଗୀ ଦେଖିବେ ନାହିଁ । ସେପଟେ, ଓଡ଼ିଶା ମେଡିକାଲ ସେବା ସଂଘ ଓ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ମଧ୍ୟରେ ହୋଇଥିବା ଆଲୋଚନା ସକରାତ୍ମକ ରହିଛି । ହେଲେ ପୂର୍ବ ଘୋଷଣା ଅନୁଯାୟୀ ଓମ୍‌ସା ଆନ୍ଦୋଳନ ଜାରି ରଖିବା ଲାଗି ନିଷ୍ପତ୍ତି ନେଇଛି ବୋଲି ରାଜ୍ୟ ସରକାର କହିଛନ୍ତି ।

ଦୁଇ ଦିନ ପୂର୍ବେ ସ୍ବାସ୍ଥ୍ୟ ମନ୍ତ୍ରୀ ଓ ଓମ୍‌ସା ମଧ୍ୟରେ ଅନୁଷ୍ଠିତ ବୈଠକରେ ସଂଘର ରହିଥିବା ଦାବିକୁ ସମ୍ମାନ ଜଣାଇ ସ୍ବାସ୍ଥ୍ୟମନ୍ତ୍ରୀ କହିଥିଲେ ଯେ, ସମସ୍ୟାର ସମାଧାନ ପାଇଁ ଏକ କମିଟି ଗଠନ କରାଯିବ । କମିଟି ଦାବିଗୁଡ଼ିକର ଅନୁଧ୍ୟାନ କରି ସକରାତ୍ମକ ପଦକ୍ଷେପ ଗ୍ରହଣ କରାଯିବ । ଲୋକଙ୍କ ସ୍ୱାସ୍ଥ୍ୟକୁ ଗୁରୁତ୍ୱ ଦେଇ ସଂଘ ଯେଉଁ ଆନ୍ଦୋଳନ ଡାକରା ଦେଇଛି । ସେଥିରୁ ନିବୃତ୍ତ ରହିବା ଲାଗି ଅନୁରୋଧ କରିଥିଲେ ସ୍ବାସ୍ଥ୍ୟମନ୍ତ୍ରୀ ।

ଓମ୍‌ସା ପକ୍ଷରୁ କୁହାଯାଇଛି ଯେ, ନଭେମ୍ବର ୧୯ ତାରିଖରେ କମିଟି ଗଠନ ହେବାର ନିଷ୍ପତ୍ତି ହୋଇଥିଲେ ହେଁ ଏପର୍ଯ୍ୟନ୍ତ ଏହା ଉପରେ କୌଣସି ନିଷ୍ପତ୍ତି ହୋଇନାହିଁ। ତେଣୁ ଓମ୍‌ସା କର୍ମକର୍ତ୍ତା ଅସନ୍ତୋଷ ପ୍ରକାଶ କରିଛନ୍ତି ।

Leave A Reply

Your email address will not be published.