ଭୁବନେଶ୍ବର:ରାଜ୍ୟର ପାରମ୍ପରିକ କଳାକାରଙ୍କ ପାଇଁ ଖୁସିର ଖବର । ୨୦୨୫ ଶେଷ ହୋଇ ୨୦୨୬ ଆରମ୍ଭ ହେଉଥିବା ସମୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଳାକାର ମାନଙ୍କ ଭତ୍ତା ବୃଦ୍ଧି କରିଛନ୍ତି।
କଳାକାର ସହାୟତା ଭତ୍ତା ବୃଦ୍ଧି ନେଇ ଘୋଷଣା କରିଛନ୍ତି ସରକାର । ମୁଖ୍ୟମନ୍ତ୍ରୀ କଳାକାର ସହୟତା ଯୋଜନାରେ ମାସିକ ଭତ୍ତାକୁ ବୃଦ୍ଧି କରାଯାଇଛି । ରବିବାର କେନ୍ଦୁଝରର ପାର୍କଲେନ ଠାରେ ଆୟୋଜିତ ୪୮ ତମ ରାଜ୍ୟସ୍ତରୀୟ ପାଲା ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଏହା ଘୋଷଣା କରିଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ୪୦ ରୁ ୮୦ ବର୍ଷ ବୟସ୍କ କଳାକାର ମାନଙ୍କ ଭତ୍ତା ମାସକୁ ୨୦୦୦ ଟଙ୍କାରୁ ୩୦୦୦ ଟଙ୍କାକୁ ବୃଦ୍ଧି ପାଇଛି।
ସେହିପରି ୮୦ ବର୍ଷରୁ ଅଧିକ ବୟସର କଳାକାର ମାନଙ୍କ ମାସିକ ଭତ୍ତା ୨୫୦୦ ଟଙ୍କାରୁ ୩୫୦୦ ଟଙ୍କାକୁ ବୃଦ୍ଧି ପାଇଛି। ଏହାଦ୍ବାରା ରାଜ୍ୟର ୪୭,୭୦୪ ଜଣ କଳାକାର ଓ ସେମାନଙ୍କ ପରିବାର ବର୍ଗ ଉପକୃତ ହେବେ। ପୂର୍ବରୁ କଳାକାରଙ୍କ ମାସିକ ସହାୟତା ଭତ୍ତା ୨ ହଜାର ଥିଲା ।
ଓଡ଼ିଆ ଅସ୍ମିତାର ସୁରକ୍ଷା ଓ ପ୍ରଚାର ପ୍ରସାର କରୁଥିବା କଳାକାର ମାନଙ୍କ ସମ୍ମାନରେ ଏହି ଭତ୍ତା ବୃଦ୍ଧି କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।