Latest Odisha News

BREAKING NEWS

Public Grievance: ଏହି ଦିନ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ଜାନୁଆରୀ ୫ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଦିଆଯାଇଛି ସୂଚନା। ଅନଲାଇନ୍‌ ପଞ୍ଜୀକରଣ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟାରୁ ଆରମ୍ଭ ହେବ। ସର୍ବାଧିକ ୧ ହଜାର ପର୍ଯ୍ୟନ୍ତ ଅଭିଯୋଗ ପଞ୍ଜୀକରଣ ଜାରି ରହିବ।

ଏଥି ନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ। ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ। ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି।

Leave A Reply

Your email address will not be published.