ରାଉରକେଲା:ରାଉରକେଲା ରଘୁନାଥପାଲିରେ ବିମାନ ଦୁର୍ଘଟଣା। ଭୁବନେଶ୍ୱରରୁ ରାଉରକେଲା ଅଭିମୁଖେ ଯାଉଥିଲା ବିମାନ । ଜରୁରୀ ଅବତରଣ ବେଳେ ବିମାନ କ୍ରାସ୍ ହୋଇଛି । ଜଲଦା ଏ ବ୍ଲକରେ ଛୋଟ ଚାର୍ଟର ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ପାଇଲଟଙ୍କ ସହ ୬ ଆହତ ହୋଇଛନ୍ତି । ୪ ଜଣ ଯାତ୍ରୀ ଓ ୨ ଜଣ କ୍ରିଉ ସଦସ୍ୟ ଥିଲେ । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣାସ୍ଥଳରେ ରଘୁନାଥପାଲି ଥାନା ପୁଲିସ ପହଞ୍ଚିଛି।
୪ ଜଣ ଯାତ୍ରୀ ହେଲେ ସୁଶାନ୍ତ କୁମାର ବିଶ୍ୱାଳ, ଅନୀତା ସାହୁ, ସୁନୀଲ ଅଗ୍ରୱାଲ, ସବିତା ଅଗ୍ରୱାଲ । ୨ କ୍ରିଉ ସଦସ୍ୟ ହେଲେ କ୍ୟାପ୍ଟେନ ନବୀନ କାଡ଼ଙ୍ଗା, କ୍ୟାପ୍ଟେନ ତରୁଣ ଶ୍ରୀବାସ୍ତବ ।
ଖବରମୁତାବକ, ୯ ସିଟର୍ ଥିଲା ବିମାନ, ଭୁବନେଶ୍ବରରୁ ରାଉରକେଲା ଯାଉଥିଲା । ଦକ୍ଷିଣ ରାଉରକେଲା ଆକାଶରେ ବିମାନଟି ଉଡୁଥିବା ବେଳେ ହଠାତ୍ ଯାନ୍ତ୍ରିକ ତ୍ରୁଟି ଦେଖିବାକୁ ମିଳିଥିଲା । ଏହାପରେ ପାଇଲଟ ତୁରନ୍ତ ବିମାନକୁ ଏମରଜେନ୍ସି ଲାଣ୍ଡିଂ କରିବାକୁ ନିଷ୍ପତ୍ତି ନେଇଥିଲେ । ଏମରଜେନ୍ସି ଲାଣ୍ଡିଂ ବେଳେ ହଠାତ୍ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଏହି ଦୁର୍ଘଟଣାରେ ପାଇଲଟ ସମେତ ୫ ଜଣ ଯାତ୍ରୀ ଆହତ ହୋଇଛନ୍ତି । ତେବେ ଦୁର୍ଘଟଣା ପରେ ତୁରନ୍ତ ଉଦ୍ଧାର କାର୍ଯ୍ୟ ଆରମ୍ଭ କରି ଆହତ ଯାତ୍ରୀଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରୁ ପ୍ରାଥମିକ ଚିକିତ୍ସା ପରେ ରାଉରକେଲା ଇସ୍ପାତ ଜେନେରାଲ ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଛି ।