Latest Odisha News

ବସ୍ ସହ ସ୍କୁଟିର ହେଲା ଧକ୍କା ,ଦୁର୍ଘଟଣାରେ ଚାଲିଗଲା ସ୍ୱାମୀ-ସ୍ତ୍ରୀଙ୍କ ଜୀବନ

ଗଞ୍ଜାମ:ଗଞ୍ଜାମ ଜିଲ୍ଲା ଲାଞ୍ଜିଆକାଳୀ ମନ୍ଦିର ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା। ଦୁର୍ଘଟଣାରେ ସ୍ୱାମୀ-ସ୍ତ୍ରୀଙ୍କ ପ୍ରାଣ ହରାଇଛନ୍ତି । ହରେକୃଷ୍ଣ ନାମକ ଏକ ଘରୋଇ ବସ୍ ସହ ସ୍କୁଟି ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଛି । ସ୍ଥାନୀୟଲୋକ ରାସ୍ତାରେ ମୃତଦେହ ରଖି କ୍ଷତିପୂରଣ ଦାବି କରିଛନ୍ତି।

ଖବରମୁତାବକ, ଆଜି ସ୍ୱାମୀ-ସ୍ତ୍ରୀ ଏକ ସ୍କୁଟିରେ ଯାଉଥିବା ସମୟରେ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଲାଞ୍ଚିଆକାଳୀ ମନ୍ଦିର ନିକଟରେ ଏକ ଘରୋଇ ବସ୍ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା । ସ୍କୁଟିରେ ବସିଥିବା ଦମ୍ପତି ତଳେ ପଡିଯାଇଥିଲେ । ସେମାନଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି ।

Leave A Reply

Your email address will not be published.