Latest Odisha News

BREAKING NEWS

Gopalpur Beach Festival: ଗୋପାଳପୁର ବେଳାଭୂମି ମହୋତ୍ସବ ତାରିଖ ଘୁଞ୍ଚିଲା;୨୨ ନୁହେଁ …

ବ୍ରହ୍ମପୁର: ଗୋପାଳପୁର ବେଳାଭୂମି ମହୋତ୍ସବ ଜାନୁଆରୀ ୨୨ ବଦଳରେ ଜାନୁଆରୀ ୨୭ରୁ ୩୦ତାରିଖ ପର୍ଯ୍ୟନ୍ତ ୪ ଦିନ ଧରି ଅନୁଷ୍ଠିତ ହେବ । ପୂର୍ବରୁ ଜାନୁଆରୀ ୨୨ ତାରିଖରୁ ୨୬ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବା ନେଇ ଧାର୍ଯ୍ୟ ହୋଇଥିଲା ।

୨୭ ତାରିଖରେ ରାଜ୍ୟପାଳଙ୍କ ଦ୍ବାରା ଗୋପାଳପୁର ବେଳାଭୂମି ମହୋତ୍ସବର ଶୁଭାରମ୍ଭ ହେବା ନେଇ କାର୍ଯ୍ୟକ୍ରମ ସ୍ଥିର ହୋଇଛି । ଆସନ୍ତା ୩୦ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଦ୍ବାରା ମହୋତ୍ସବ ଉଦଯାପିତ ହେବ । ଗୋପାଳପୁର ବେଳାଭୂମି ମହୋତ୍ସବକୁ ନେଇ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ମନ୍ତ୍ରୀଙ୍କ ବାସଭବନରେ ଏକ ପ୍ରସ୍ତୁତି ବୈଠକ ହୋଇଥିଲା ।

ସୂଚନାଥାଉକି, ପଲ୍ଲୀଶ୍ରୀ ମେଳା, ସାଂସ୍କୃତିକ କାର୍ଯ୍ୟକ୍ରମ, ଶକ୍ତିପୀଠରୁ ମଶାଲ ଶୋଭାଯାତ୍ରା, ବେଳାଭୂମି କ୍ରୀଡ଼ା ଆୟୋଜିତ ହେବ ବୋଲି ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ କହିଛନ୍ତି ।

ଏହି ବୈଠକରେ ଗଞ୍ଜାମ ଜିଲ୍ଲାପାଳ,ବିଇଏମସି କମିଶନର,ବ୍ରହ୍ମପୁର ଉପ-ଜିଲ୍ଲାପାଳ, ବ୍ରହ୍ମପୁର ଏସ୍‌ପି ଉପସ୍ଥିତ ଥିଲେ ।

Leave A Reply

Your email address will not be published.