Latest Odisha News

BREAKING NEWS

Bhitarkanika: ଭିତରକନିକାରେ କୁମ୍ଭୀରଙ୍କ ସଂଖ୍ୟା ବୃଦ୍ଧି; ୨୦ଟି ଧଳା କୁମ୍ଭୀର…

ପଟ୍ଟାମୁଣ୍ଡାଇ:ଭିତରକନିକା ଜାତୀୟ ଉଦ୍ୟାନରେ ଚଳିତବର୍ଷ କୁମ୍ଭୀର ଗଣନା ଶେଷ ହୋଇଛି । ଗତ ବର୍ଷ ଭିତରକନିକା ମଧ୍ୟରେ ଓ ବାହାରେ ଥିବା ନଦୀ, ନାଳଗୁଡିକରେ ୧୮୨୬ ଟି ବଉଳାକୁମ୍ଭୀର ଥିବା ବେଳେ ଚଳିତବର୍ଷ ଏହି ସଂଖ୍ୟା ୧୮୫୮କୁ ବୃଦ୍ଧି ପାଇଛି। ଅର୍ଥାତ୍ ଗତବର୍ଷ ଠାରୁ ଚଳିତ ବର୍ଷ ୩୨ଟି କୁମ୍ଭୀର ଅଧିକ ଥିବା ଚଳିତ ବର୍ଷର କୁମ୍ଭୀର ଗଣନା ରିପୋର୍ଟରୁ ଜଣାପଡିଛି

ଗତବର୍ଷ ଭିତରକନିକା ନଦୀ ନାଳରେ ୧୬ଟି ଧଳା କୁମ୍ଭୀର ଠାବ ହୋଇ ଥିବାବେଳେ ଚଳିତବର୍ଷ ଗଣନା ବେଳେ ୨୦ଟି ଧଳା କୁମ୍ଭୀର ଠାବ କରାଯାଇଛି ।

ଚଳିତ ବର୍ଷ ଭିତରକନିକାରେ କନିକା ରେଂଜର ପାଟ୍ଟଶାଳାମାଉଥରୁ ଏଫଆରଏଚଜେଠି ମଧ୍ୟରେ ୨ଟି, ଏଫଆରଏଚ ଜେଠିରୁ ଖୋଳା ମାଉଥ ମଧ୍ୟରେ ଗୋଟିଏ, ଗୁପ୍ତିରୁ ହଂସିଣା ମଧ୍ୟରେ ଗୋଟିଏ ୨୦ଫୁଟରୁ ଅଧିକ ଲମ୍ବର ବଉଳା କୁମ୍ଭୀରକୁ ବନବିଭାଗ ଗଣନା ଟିମ୍ ଗଣନା ସମୟରେ ଠାବ କରିଛି । ଏହି କୁମ୍ଭୀର ମାନଙ୍କର ବୟସ ୧୦୦ ରୁ ୧୨୦ ବର୍ଷ ହେବ ବୋଲି ଜଣାପଡିଛି ।

ଗୋପାଳଜୀଉପାଟଣା, କାଳିଭଂଜଡିଆ, ଶାଗୁଣାଚର ଓ ଭିତରକନିକା ନଦୀରେ ୬ଟି ୧୮/୧୯ ଫୁଟ ଲମ୍ବର ୬ଟି ଧଳା ବଡକୁମ୍ଭୀର ଦେଖିବାକୁ ମିଳିଛି । ପ୍ରାକୃତିକ ପରିବେଶରେ ଏତେ ସଂଖ୍ୟକ ଧଳା କୁମ୍ଭୀର ଭାରତରେ ଅନ୍ୟ କେଉଁଠି ଦେଖିବାକୁ ମିଳେ ନାହିଁ । ଚଳିତ ମାସ ୮ ତାରିଖରୁ ୧୦ ତାରିଖ ଯାଏଁ ୩ ଦିନ ଧରି ଏହି କୁମ୍ଭୀର ଗଣନା କରାଯାଇଥିଲା ।

ଚଳିତ ବର୍ଷ କୁମ୍ଭୀର ଗଣନା ରିପୋର୍ଟ ଅନୁସାରେ ଜାତୀୟ ଉଦ୍ୟାନ ବାହାରେ ୩୦୦ରୁ ଅଧିକ କୁମ୍ଭୀର ଠାବ କରାଯାଇଛି ।

Leave A Reply

Your email address will not be published.