Latest Odisha News

BREAKING NEWS

ନିଶାଙ୍କୁ ହାଇକୋର୍ଟରୁ ମିଳିଲା ସର୍ତ୍ତମୂଳକ ଆଗୁଆ ଜାମିନ; ପୋଲିସ ନିଜ ଆଡୁ ରୁଜୁ କରିଥିଲା ମାମଲା

କଟକ: ନିଶା ମହାରଣାଙ୍କୁ ହାଇକୋର୍ଟରୁ ମିଳିଲା ସର୍ତ୍ତମୂଳକ ଆଗୁଆ ଜାମିନ । ବଲାଙ୍ଗୀର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି । ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ ନେଇ ଥାନାରେ ମାମଲା ହୋଇଥିଲା । ପୋଲିସ ନିଜ ଆଡୁ ମାମଲା ରୁଜୁ କରିଥିଲା । ଏହି ଘଟଣାରେ ୨ ଆୟୋଜକଙ୍କୁ ମଧ୍ୟ ପୋଲିସ ଗିରଫ କରିଥିଲା। ତେବେ ଗିରଫ ଭୟରେ ଆଗୁଆ ଜାମିନ ଆବେଦନ କରିଥିଲେ ନିଶା ମହାରଣା।

ଗତ ୧୨ ତାରିଖରେ ବଲାଙ୍ଗୀର ଜିଲ୍ଲା ଚନ୍ଦନଭାଟିରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ କରିଥିଲେ ନିଶା । ମଞ୍ଚରେ ନିଶା ମହାରଣା ଅଶ୍ଳୀଳ ନୃତ୍ୟ ପରିବେଷଣ କରିଥିଲେ। ଏନେଇ ସଦର ଥାନା ପୋଲିସ ନିଶାଙ୍କ ନାଁରେ ମାମଲା ରୁଜୁ କରିଥିଲା।

Leave A Reply

Your email address will not be published.