ଭୁବନେଶ୍ୱର: ଏଣିକି ରାଜ୍ୟରୁ ଉଭେଇବ ଶୀତ । ଆଜିଠୁ ବଢିବ ରାତି ତାପମାତ୍ରା । ଆସନ୍ତା ୪ ଦିନରେ ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ବଢିପାରେ ବୋଲି ବୋଲି ଆକଳନ କରିଛି ପାଣିପାଗ ବିଭାଗ । ୯ ତାରିଖରୁ ୧୨ ତାରିଖ ଯାଏ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।
ରାଜ୍ୟର ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା ୧୫ ଡିଗ୍ରୀ ବା ଏହା ପାଖାପାଖି ରହିବ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପାରଦ ୧୦ ଡିଗ୍ରୀ ବା ଏହାଠାରୁ ସାମାନ୍ୟ ଅଧିକ ରହିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ପାଣିପାଗ ରିପୋର୍ଟ ମୁତାବକ, ସୋମବାର ପୁରୀରେ ସର୍ବନିମ୍ନ ତାପମାତ୍ରା ୧୮ ଡିଗ୍ରୀ ରହିବ । ଖୋର୍ଦ୍ଧା, ଛତ୍ରପୁର, ଗୋପାଳପୁର ଓ ଭଦ୍ରକରେ ୧୬ ଡିଗ୍ରୀ ରହିପାରେ । ଉପକୂଳ ଓଡ଼ିଶା ଓ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ୧୫ ଡିଗ୍ରୀ ବା ଏହାଠାରୁ ଅଧିକ ରହିବ । ମଙ୍ଗଳବାର ପୁରୀରେ ୧୯ ଡିଗ୍ରୀ, ଭଦ୍ରକ, ଛତ୍ରପୁର ଓ ଗୋପାଳପୁରରେ ୧୭ ଡିଗ୍ରୀ ସେଲସିୟସ ରହିପାରେ ।