ଭୁବନେଶ୍ବର: ଆସନ୍ତା ୧୨ ତାରିଖରେ ଧର୍ମଘଟ ଡାକରା ଦେଇଛି ମଧ୍ୟାହ୍ନ ଭୋଜନ ପାଚିକା ସହାୟିକା ସଂଘ ମିଳିତ ମଞ୍ଚ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ବିଦ୍ୟାଳୟରେ ଯେପରି ମଧ୍ୟାହ୍ନ ଭୋଜନ ବ୍ୟବସ୍ଥାର ବିକଳ୍ପ ବ୍ୟବସ୍ଥା ସୁନିଶ୍ଚିତ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।
ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ରାଜ୍ୟ ପ୍ରକଳ୍ପ ସଂଯୋଜକ କାର୍ଯ୍ୟାଳୟ (ପ୍ରଧାନମନ୍ତ୍ରୀ ପୋଷଣ) ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଏନେଇ ଚିଠି ଲେଖାଯାଇଛି । ପାଚିକା ତଥା ସହାୟିକାଙ୍କ ପ୍ରତିନିଧିତ୍ବ କରୁଥିବା ମିଳିତ ମଞ୍ଚ ପକ୍ଷରୁ ୧୨ରେ ଧର୍ମଘଟ ଡାକରାକୁ ଦୃଷ୍ଟିରେ ରଖି ବିଦ୍ୟାଳୟରେ ବିକଳ୍ପ ମଧ୍ୟାହ୍ନଭୋଜନ ବ୍ୟବସ୍ଥା କରିବାକୁ ଚିଠିରେ ନିର୍ଦ୍ଦେଶ ରହିଛି ।