Latest Odisha News

BREAKING NEWS

Road Accident: ତୀର୍ଥଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ, ଡ୍ରାଇଭର ମୃତ, ୧୪ ଜଣ ଗୁରୁତର ଆହତ

ବାଲେଶ୍ୱର: ଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା ୧୬ ନମ୍ବର ଜାତୀୟ ରାଜପଥ ବାହାନଗା ବଜାର ଉପରେ ତୀର୍ଥ ଯାତ୍ରୀ ବସ ଦୁର୍ଘଟଣା ଘଟିଛି । ଏଥିରେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିବାବେଳେ, ବସରେ ୫୦ଜଣ ଯାତ୍ରୀ ଥିବା ବେଳେ ୧୪ଜଣ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଗୁରୁତର ଆହତଙ୍କୁ ଖନ୍ତାପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି ।

ସୂଚନା ମୁତାବକ, ଭୋର ସମୟରେ ୫୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କୁ ନେଇ ପଶ୍ଚିମବଙ୍ଗରୁ ଆନ୍ଧ୍ରକୁ ଏକ ତୀର୍ଥ ଯାତ୍ରୀ ବସ ଯାଉଥିଲା । ଏହି ସମୟରେ ଡ୍ରାଇଭରଙ୍କ ଆଖି ଲାଗିଯିବାରୁ ବ୍ରିଜ ଉପରକୁ ଚଢିଯାଇଥିଲା ବସ୍ ଟି । ଡ୍ରାଇଭର ଜଣକ ବ୍ରିଜରୁ ତଳକୁ ଖସିପଡ଼ିଥିଲେ । ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା l ଏବେ ବସ ଟି ପୋଲ ଉପରେ ଝୁଲି ରହିଛି l

Leave A Reply

Your email address will not be published.