Latest Odisha News

BREAKING NEWS

ବିଧାନସଭା ବଜେଟ ଅଧିବେଶନ ଆରମ୍ଭ: ‘ଓଡିଶା ଆତ୍ମନିର୍ଭର ଭାରତରେ ସେମି କଣ୍ଡକ୍ଟର ହବ୍ ହେବ’

ଭୁବନେଶ୍ବର: ଆରମ୍ଭ ହେଲା ବିଧାନସଭା ବଜେଟ୍ ଅଧିବେଶନ । ଏହି ଅଧିବେଶନରେ ରାଜ୍ୟ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ପୂର୍ଣ୍ଣକାଳୀନ ବଜେଟ ଗୃହରେ ଆଗତ କରିବେ । ବିଧାନସଭାର ପ୍ରଥମ ଦିନରେ ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ ହରିବାବୁ କମ୍ଭମପତି ।

ସେ କହିଛନ୍ତି, ସମୃଦ୍ଧ ଓଡିଶା ଗଠନ ପାଇଁ ମୋ ସରକାର ସର୍ବଦା ପ୍ରତିଶ୍ରୁତିବଦ୍ଧ । ପ୍ରଧାନମନ୍ତ୍ରୀ ମୋଦୀଙ୍କ ନେତୃତ୍ଵରେ କେନ୍ଦ୍ରରୁ ଓଡିଶାକୁ ବଡ ପ୍ରକଳ୍ପ ମିଳୁଛି । ୨୦୩୬ ମସିହାରେ ଓଡିଶା ଗଠନକୁ ଶହେ ବର୍ଷ ପୂରିବ । ଓଡିଶା ଆତ୍ମନିର୍ଭର ଭାରତରେ ସେମି କଣ୍ଡକ୍ଟର ହବ୍ ହେବ । ୨୦୩୬ ଓ ୨୦୪୭ ପାଇଁ ରୋଡ୍ ମ୍ୟାପ୍ ପ୍ରସ୍ତୁତ ହୋଇଛି। ୨୦୪୭ ସୁଦ୍ଧା ମୁଣ୍ଡ ପିଛା ଆୟ ୩୨ ଲକ୍ଷ କରିବାକୁ ଯୋଜନା କରାଯାଇଛି। ସରକାର ସହରୀ ବିକାଶ ଯୋଜନାକୁ ଗୁରୁତ୍ଵ ଦେଉଛନ୍ତି ।

ବହୁମୁଖୀ ଦାରିଦ୍ର୍ୟକୁ ୫ ପ୍ରତିଶତକୁ ହ୍ରାସ କରିବା, ମହିଳା ଶ୍ରମ ଶକ୍ତିକୁ ୭୦ ପ୍ରତିଶତକୁ ବୃଦ୍ଧି କରିବା, ରାଜ୍ୟରୁ ଅପପୃଷ୍ଟି ଓ ରକ୍ତହୀନତା ଦୂର କରିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି । ସେହିପରି ଭିତ୍ତିଭୂମି ସୁଦୃଢ କରିବାକୁ ସରକାର ପ୍ରତିଶୃତିବଦ୍ଧ ।

ଏହାପରେ ଗୁରୁବାର ପର୍ଯ୍ୟନ୍ତ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ହେବ । ଶୁକ୍ରବାର ମୁଖ୍ୟମନ୍ତ୍ରୀ ତଥା ରାଜ୍ୟ ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଗୃହରେ ବଜେଟ ଉପସ୍ଥାପନ କରିବେ । ତେଣୁ ସବୁ ଦୃଷ୍ଟିରୁ ଦେଖିଲେ ଚଳିତ ଅଧିବେଶନ ଉଭୟ ଶାସକ, ବିରୋଧୀ ଏବଂ ଜନସାଧାରଣଙ୍କ ପାଇଁ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ରହିଛି ।

Leave A Reply

Your email address will not be published.