Latest Odisha News

BREAKING NEWS

ବିଜୁ ମହିଳା ଜନତା ଦଳର ନୂତନ କର୍ମକର୍ତ୍ତାଙ୍କୁ ଭେଟିଲେ ନବୀନ;କହିଲେ-ଅନ୍ୟାୟ ବିରୁଦ୍ଧରେ…

ଭୁବନେଶ୍ୱର:ଆଜି ଶଙ୍ଖ ଭବନ ଠାରେ ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ,ବିଜୁ ମହିଳା ଜନତା ଦଳର ନୂତନ କର୍ମକର୍ତ୍ତାମାନଙ୍କୁ ଭେଟିଥିଲେ । ଏହି ଅବସରରେ ଉଦ୍‌ବୋଧନ ଦେଇ ନବୀନ ପଟ୍ଟନାୟକ କହିଥିଲେ ଯେ, ବିଜୁ ଜନତା ଦଳ ହେଉଛି ଓଡିଶାର କୋଟି କୋଟି ମା’ମାନଙ୍କର ନିଜ ଦଳ । ଗତ ୨୭ ବର୍ଷର ଯାତ୍ରା ଭିତରେ ବିଜେଡି ମା’ ମାନଙ୍କର ସଶକ୍ତି କରଣ ଉପରେ ସବୁବେଳେ ପ୍ରାଥମିକତା ଦେଇ ଆସିଛି । ନବୀନ ପଟ୍ଟନାୟକ କହିଥିଲେ ମା’ ମାନଙ୍କ ସଶକ୍ତ କରଣ ହିଁ ଓଡିଶାର ପ୍ରକୃତ ସଶକ୍ତି କରଣ । ବିଜୁ ମହିଳା ଜନତା ଦଳ ମିଶନ ଶକ୍ତି କାର୍ଯ୍ୟକ୍ରମକୁ ଏକ ଆଦର୍ଶ ସଶକ୍ତି କରଣ କାର୍ଯ୍ୟକ୍ରମ ଭାବରେ ଗ୍ରହଣ କରି ଗାଁ ଗାଁରେ ମା’ମାନଙ୍କୁ ସଂରକ୍ଷିତ କରିବା ଓ ସେମାନଙ୍କ ଆର୍ଥିକ ବିକାଶ ଦିଗରେ ସବୁବେଳେ ମା’ ମାନଙ୍କ ସାଥିରେ ରହିଅଛି।

ମା’ ମାନଙ୍କ ରୋଜଗାର ବୃଦ୍ଧି ସହିତ ସେମାନଙ୍କ ଅଧିକାର ପାଇଁ ଲଢେଇ ଜାରି ରଖିବା ହେଉଛି ବିଜୁ ମହିଳା ଜନତା ଦଳର ଆଦର୍ଶ । ମା’ ମାନଙ୍କର ସଶକ୍ତି କରଣକୁ ଏକ ସାମାଜିକ ଆନ୍ଦୋଳନ ଭାବରେ ଗଢି ତୋଳିବାରେ ବିଜୁ ଜନତା ଦଳର ଭୂମିକା ଉଲ୍ଲେଖନୀୟ । ମହିଳାମାନଙ୍କ ଉପରେ ବଢି ଚାଲିଥିବା ଅତ୍ୟାଚାର ଘଟଣାରେ କ୍ଷୋଭ ପ୍ରକାଶ କରିବା ସହ ମହିଳା ମାନଙ୍କ ପ୍ରତି ହେଉଥିବା ଅନ୍ୟାୟ, ଅତ୍ୟାଚାର ବିରୁଦ୍ଧରେ ଲଢେଇକୁ ଆହୁରି ଜୋରଦାର କରିବା ପାଇଁ ନବୀନ ପରାମର୍ଶ ଦେଇଥିଲେ । ତତ୍‌ ସହିତ ମିଥ୍ୟା ପ୍ରଚାରକୁ ପ୍ରତିରୋଧ କରି ମା’ ମାନଙ୍କୁ ବିକାଶ ମାର୍ଗରେ ନେବା ପାଇଁ ସହାୟତା ଯୋଗାଇ ଦେବା ପାଇଁ ଶ୍ରୀ ପଟ୍ଟନାୟକ ବିଜୁ ମହିଳା ଜନତା ଦଳର କର୍ମକର୍ତ୍ତା ମାନଙ୍କୁ ପରାମର୍ଶ ଦେଇଥିଲେ ।

ବିଜୁ ମହିଳା ଜନତା ଦଳର ସଭାପତି ସ୍ନେହାଙ୍ଗିନୀ ଛୁରିଆ ସ୍ୱାଗତ ଭାଷଣ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ନବ ନିଯୁକ୍ତ ଦଳୀୟ କର୍ମକର୍ତ୍ତା ମାନେ ସଭାପତିଙ୍କୁ ତାଙ୍କର ମାର୍ଗ ଦର୍ଶନ ପାଇଁ ଧନ୍ୟବାଦ ଜଣାଇଥିଲେ ।

Leave A Reply

Your email address will not be published.