ଭୁବନେଶ୍ବର: ଶ୍ରୀମନ୍ଦିର ଦାନ ହୁଣ୍ଡିରୁ ୧୯୮୧ ରୁ ୨୦୨୪-୨୫ ସୁଦ୍ଧା ୫୮ କେଜି ୩୧୭ ଗ୍ରାମ ସୁନା ମିଳିଛି। ସେହିପରି ୧୫୮ କେଜି ୮୩୬ ଗ୍ରାମ ରୁପା ସଂଗ୍ରହ ହୋଇଛି । ଗତବର୍ଷ ଶ୍ରୀଜଗନ୍ନାଥ ମନ୍ଦିର ହୁଣ୍ଡିରୁ ୧୮ କୋଟି ୫୯ ଲକ୍ଷ ୨୩ ହଜାର ଟଙ୍କା ସଂଗ୍ରହ ହୋଇଥିଲା। ଏନେଇ ବିଧାନସଭାରେ ଆଇନ ମନ୍ତ୍ରୀ ପଥ୍ବୀରଜ ହରିଚନ୍ଦନଙ୍କ ଲିଖିତ ଉତ୍ତର ରଖିଛନ୍ତି।
ସେ କହିଛନ୍ତି,ଗତବର୍ଷ ଭକ୍ତମାନେ ୩ କେଜି ୪୪୧ ଗ୍ରାମ ମିଶ୍ରିତ ସୁନା ଦାନ କରିଛନ୍ତି। ୩୩ କେଜି ୬୪୮ ଗ୍ରାମ ମିଶ୍ରିତ ରୁପା ଅଳଙ୍କାର ଦାନ କରିଛନ୍ତି।
୨୦୧୧ରୁ ୨୦୨୪-୨୫ ଭିତରେ ଶ୍ରୀମନ୍ଦିର ହୁଣ୍ଡି ଏବଂ ଅନ୍ୟ ଦାନରୁ ୩୦୪ କୋଟି ୫୭ ଲକ୍ଷ ଆଦାୟ ହୋଇଛି ।