Latest Odisha News

BREAKING NEWS

Two Mao Died: ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ମାଓବାଦୀ, ସର୍ଚ୍ଚ ଅପରେସନ ଜାରି

କନ୍ଧମାଳ: ପୁଣି ସୁରକ୍ଷାକର୍ମୀ ଓ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି । କନ୍ଧମାଳ ଜିଲ୍ଲା ରାଇକିଆ ଥାନା କରଡ଼ା ଜଙ୍ଗଲରେ ମାଓବାଦୀ ଏବଂ ପୋଲିସ ମଧ୍ୟରେ ଗୁଳିବିନିମୟ ହୋଇଛି । ଏଥିରେ ଦୁଇ ମାଓବାଦୀ ନିହତ ହୋଇଥିବା ବେଳେ, ବର୍ତ୍ତମାନ ସୁଦ୍ଧା ମୃତ ମାଓବାଦୀଙ୍କ ପରିଚୟ ମିଳିନାହିଁ ।

ତେବେ କରଡ଼ା ଜଙ୍ଗଲରେ କିଛି ମାଓବାଦୀ ଲୁଚି ରହିଥିବାର ବିଶେଷ ସୂତ୍ରରୁ ଖବର ପାଇଥିଲେ ସୁରକ୍ଷାକର୍ମୀ । ଏହାପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆରମ୍ଭ ହୋଇଥିଲା ସର୍ଚ୍ଚ ଅପରେସନ । ଏହି ସମୟରେ ମାଓବାଦୀ ଏବଂ ସୁରକ୍ଷାକର୍ମୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା ।

ଯେଉଁଥିରେ ଦୁଇ ମାଓବାଦୀ ନିହତ ହୋଇଛନ୍ତି । ମୃତକଙ୍କ ମଧ୍ୟରେ ଜଣେ ମହିଳା କ୍ୟାଡର ଥିବା ଜଣାପଡିଛି । ଜଙ୍ଗଲରେ ଏବେବି ସୁରକ୍ଷାକର୍ମୀଙ୍କ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଛି ।

Leave A Reply

Your email address will not be published.