Latest Odisha News

BREAKING NEWS

୮ ଘଣ୍ଟା ଧରି ଜଳୁଛି ସୁପରମାର୍ଟ, ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ

ଭୁବନେଶ୍ବର: ଜଳୁଛି ସୁପର ମାର୍କେଟ। ଗତକାଲି ରାତିରୁ ନିଆଁ ଲାଗିଛି। ଦୀର୍ଘ ୮ ଘଣ୍ଟା ପରେ ମଧ୍ୟ ଆୟତ୍ତ ହୋଇପାରିନି ନିଆଁ। ଧଉଳି ଲିଙ୍ଗିପୁର ନିକଟରେ ଥିବା ସୁପରମାର୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଦୀର୍ଘ ୮ ଘଣ୍ଟା ପରେ ବି ହୁତୁ ହୁତୁ ହୋଇ ଜଳୁଛି ନିଆଁ। ନିଆଁ ଲିଭାଇବାରେ ଲାଗିଛି ଅଗ୍ନିଶମବାହିନୀ। ତଥାପି ଏଯାଏଁ ଆୟତ୍ତ ହୋଇପାରିନି। ସୁପରମାର୍ଟର ତୃତୀୟ ମହଲାରେ ନିଆଁ ଲାଗିଥିବା ବେଳେ ଫସି ଥିବା କିଛି ଲୋକଙ୍କୁ ଉଦ୍ଧାର କରାଯାଇଛି।

ନିଆଁରେ ଜଳିପୋଡ଼ି ଲକ୍ଷାଧିକ ଟଙ୍କାର ପ୍ଲାଷ୍ଟିକ୍, ଷ୍ଟିଲ୍ ଆଦି ଘରୋଇ ଉପକରଣ ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି। ସୋମବାର ରାତି ୧୦ ବେଳେ ହଠାତ୍ ସୁପରମାର୍ଟର ତୃତୀୟ ମହଲାରୁ ନିଆଁ ବାହାରିଥିଲା ଆଉ କ୍ଷଣିକ ମଧ୍ୟରେ ନିଆଁ ବ୍ୟାପିଯାଇଥିଲା।

ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଛି । ୫ଟି ଅଗ୍ନିଶମ ଗାଡି ନିଆଁ ଲିଭା କାର୍ଯ୍ୟରେ ଲାଗିଛନ୍ତି । ଦମକଳ ବାହିନୀରୁ ଅତ୍ୟାଧୁନିକ କ୍ରେନ୍ ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ଅଛି । ନିଆଁର କୋପ ଏତେ ତୀବ୍ର ଥିଲା ଯେ ଆଖପାଖରେ ଥିବା ଦୋକାନ ଓ ମାର୍କେଟ କମ୍ପ୍ଲେକ୍ସକୁ ବ୍ୟାପିବାର ଭୟ ଥିଲା । ସର୍ଟ ସର୍କିଟରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି ।

Leave A Reply

Your email address will not be published.