Latest Odisha News

BREAKING NEWS

ରାଜକନିକାର ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା: ୫୦ ହଜାର ସହାୟତା , ଉଚ୍ଚସ୍ତରୀୟ ତଦନ୍ତ ଦାବି

କେନ୍ଦ୍ରାପଡା: କେନ୍ଦ୍ରାପଡ଼ା ଜିଲ୍ଲା ରାଜକନିକାର ଏକ ଘରୋଇ ସ୍କୁଲର ସପ୍ତମ ଶ୍ରେଣୀ ଛାତ୍ରୀକୁ ଶିକ୍ଷକମାନେ ଗଣଦୁଷ୍କର୍ମ କରିବା ଘଟଣାରେ ଉଚ୍ଚସ୍ତରୀୟ ତଦନ୍ତ ଦାବି ହୋଇଛି। କଂଗ୍ରେସର ଏକ ପ୍ରତିନିଧି ଦଳ ପୀଡ଼ିତାଙ୍କ ପରିବାରକୁ ଭେଟିଛନ୍ତି। ରାଜ୍ୟ ମହିଳା କଂଗ୍ରେସ ସଭାନେତ୍ରୀ ମିନାକ୍ଷୀ ବାହିନୀପତିଙ୍କ ନିର୍ଦ୍ଦେଶରେ ଏକ ପ୍ରତିନିଧି ଦଳ ପୀଡ଼ିତାଙ୍କ ପରିବାରକୁ ଭେଟି ୫୦ ହଜାର ଟଙ୍କା ପ୍ରଦାନ କରିଛନ୍ତି।

ଏଥିସହ ସଂପୃକ୍ତ ବିଦ୍ୟାଳୟକୁ ବନ୍ଦ କରିବା ସହିତ ପୂରା ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛନ୍ତି। ଯଦି ସରକାର ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରନ୍ତି, ତେବେ ମହିଳା କଂଗ୍ରେସ ରାଜରାସ୍ତାକୁ ଓହ୍ଲାଇବ ବୋଲି ଚେତାବନୀ ଦେଇଛନ୍ତି । ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଦୀର୍ଘ ୪ ବର୍ଷ ଧରି ଗଣଦୁଷ୍କର୍ମ ଅଭିଯୋଗରେ ୫ ଜଣ ଗିରଫ ହୋଇ ଏବେ ଜେଲ ହାଜତରେ ଅଛନ୍ତି ।

ସୂଚନା ଅନୁସାରେ, ନାବାଳିକା ଛାତ୍ରୀଙ୍କୁ ଗତ ୪ ବର୍ଷ ଧରି ଦୁଷ୍କର୍ମ କରୁଥିଲେ ସ୍କୁଲର ୪ ଶିକ୍ଷକ ଓ ଜଣେ ପିଅନ। ଜଣେ ଶିକ୍ଷୟିତ୍ରୀ ଏମାନଙ୍କୁ ସହଯୋଗ କରୁଥିଲେ। ଚତୁର୍ଥରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ରଖିଥିଲେ ଶାରୀରିକ ସଂପର୍କ। ସାଇନ୍ସ ଲ୍ୟାବରେ କ୍ୟାମେରା ଅଫ୍ କରି ଛାତ୍ରୀଙ୍କ ସହ ଶାରୀରିକ ସଂପର୍କ ରଖୁଥିଲେ। ମାନସିକ ଓ ଶାରୀରିକ ନିର୍ଯାତନା ଦେଉଥିଲେ। ଏନେଇ ଛାତ୍ରୀ ଜଣକ ବିଦ୍ୟାଳୟର ଅଧ୍ୟକ୍ଷାଙ୍କୁ ଜଣାଇଥିଲେ।

ହେଲେ ସ୍କୁଲ ପ୍ରିନ୍ସିପାଲ ଏହାକୁ ଗୁରୁତ୍ୱ ଦେଉ ନଥିଲେ । ଅଭିଯୁକ୍ତ ଶିକ୍ଷକମାନେ ଛାତ୍ରୀଙ୍କୁ ଧମକ ଦେଉଥିଲେ ଘଟଣା ସମ୍ପର୍କରେ କାହାକୁ ନ କହିବା ପାଇଁ । ଯଦି କାହାକୁ ଘଟଣା ସମ୍ପର୍କରେ କହିବେ ତେବେ ଛାତ୍ରୀଙ୍କ ସାନ ଭାଇ ଓ ତାକୁ ଜୀବନରୁ ମାରିଦେବେ । ଫଳରେ ଛାତ୍ରୀ ଜଣକ ନିରବ ରହୁଥିଲେ ବୋଲି ପୋଲିସ ତଦନ୍ତ କରି ଜାଣିବାକୁ ପାଇଛି ।

Leave A Reply

Your email address will not be published.