ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାର ଇନ୍ଦ୍ରାବତୀ ନଦୀ ଅଞ୍ଚଳରେ ସୁରକ୍ଷାକର୍ମୀ ଓ ମାଓବାଦୀ ମଧ୍ୟରେ ଗୁଳିବିନିମୟ । ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ହାର୍ଡକୋର ମାଓବାଦୀ ନିହତ ।
ଘଟଣାସ୍ଥଳରୁ SLR, INSAS ଏବଂ ବାର ବୋର ବନ୍ଧୁକ ସହ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ କରିଛି ସୁରକ୍ଷାକର୍ମୀ । ଏବେବି ଘଟଣାସ୍ଥଳରେ ସର୍ଚ୍ଚ ଅପରେସନ ଜାରି ରହିଛି ।
ବିଜାପୁର ଜିଲ୍ଲାର ଇନ୍ଦ୍ରାବତୀ ଜଙ୍ଗଲରେ କିଛି ମାଓବାଦୀ ଲୁଚି ରହିଥିବାର ଗୁଇନ୍ଦା ସୂଚନା ମିଳିଥିଲା । ଏହାପରେ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଆରମ୍ଭ ହୋଇଥିଲା ସର୍ଚ୍ଚ ଅପରେସନ ।ଦୀର୍ଘ ସମୟ ଧରି ମାଓବାଦୀ-ସୁରକ୍ଷାକର୍ମୀଙ୍କ ମଧ୍ୟରେ ଚାଲିଥିଲା ଗୁଳିବିନିମୟ । ଶେଷରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ଜଣ ହାର୍ଡକୋର ମାଓବାଦୀ ନିହତ ହୋଇଛନ୍ତି ।
ସେପଟେ ନାରାୟଣପୁର ଜିଲ୍ଲାର କୁମୁରାଡି ଜଙ୍ଗଲ ITBP ଯବାନଙ୍କ ମାଓ ଦମନ ଅପରେସନ ବେଳେ ବଡ଼ ଧରଣର ମାଓ କ୍ୟାମ୍ପ ଠାବ । ବିପୁଳ ପରିମାଣର ଅଟମେଟିକ ବନ୍ଧୁକ ସହ ମାଓ ବିସ୍ପୋରକ ସାମଗ୍ରୀ ଜବତ କରିଛି ସୁରକ୍ଷାକର୍ମୀ । ଏବେବି ଯବାନଙ୍କ ପକ୍ଷରୁ ଅପରେସନ ଜୋରଦାର ଜାରି ରହିଛି ।