ପୁରୀ: ଆସନ୍ତା ୨ ତାରିଖରେ ବସିବ ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ୱପୂର୍ଣ୍ଣ ବୈଠକ । ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ । ଏହି ବୈଠକରେ ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସପି ଙ୍କ ସହିତ ପରିଚାଳନା କମିଟି ସଦସ୍ୟ ମାନେ ବୈଠକରେ ଭାଗ ନେବେ ।
ତେବେ ରତ୍ନଭଣ୍ଡାର ରତ୍ନ ଅଳଙ୍କାରର ଗଣତି ମଣତି ପାଇଁ ଏସଓପି ପ୍ରସ୍ତୁତ ହୋଇଥିବା ବେଳେ ତାରିଖ ଓ ଶୁଭ ବେଳା ସ୍ଥିର କରାଯିବ । ଏଥିସହ ଗୁଣ୍ଡିଚା ମନ୍ଦିର କେବେ ଖୋଲିବ ତାହା ମଧ୍ୟ ଚୂଡାନ୍ତ ହେବ । ମହାପ୍ରଭୁଙ୍କୁ ନୂତନ ରତ୍ନ ପଲଙ୍କ ସେଟ୍ କେବେ ବ୍ୟବହାର ହେବ ସେନେଇ ଆଲୋଚନା ହେବ ।
ସେବାୟତ ପିଲାଙ୍କ ପାଇଁ ଆଦର୍ଶ ଗୁରୁକୂଳ ସମ୍ପର୍କରେ ମଧ୍ୟ ଆଲୋଚନା ହେବ । ଶ୍ରୀମନ୍ଦିର ଭିତରେ ଉଭୟ ପୋଲିସ ଓ ସେବକଙ୍କ ମୋବାଇଲ ଫୋନ୍ ବାରଣ, ଶ୍ରୀମନ୍ଦିର ଆଇନରେ ସଂଶୋଧନ ପାଇଁ ମଧ୍ୟ ହେବ ଆଲୋଚନା । ନାଟମଣ୍ଡପରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ସହ ଶୀତତାପ ନିୟନ୍ତ୍ରିତ ବ୍ୟବସ୍ଥା ଉପରେ ଆଲୋଚନା ହେବ ବୋଲି ସୂଚନା ମିଳିଛି ।