କଟକ: ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର । ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ମାଟ୍ରିକ ଫଳାଫଳ । ମାର୍ଚ୍ଚ ୧୯ରୁ ଆରମ୍ଭ ହେବ ମୂଲ୍ୟାୟନ । ୫୧ଟି ମୂଲ୍ୟାୟନ କେନ୍ଦ୍ରରେ ମାଟ୍ରିକ ଖାତା ଦେଖା ହେବ । ଏନେଇ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି । ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା ।
ଫେବ୍ରୁଆରୀ ୧୯ ତାରିଖରୁ ଆରମ୍ଭ ହୋଇଛି ମାଟ୍ରିକ୍ ପରୀକ୍ଷା । ଚଳିତ ବର୍ଷ ରାଜ୍ୟର ୫ ଲକ୍ଷ ୬୦ ହଜାର ୫୧୨ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଉଛନ୍ତି । ଫେବ୍ରୁଆରୀ ୧୯ ତାରିଖ ପ୍ରଥମ ଦିନରେ ମାତୃଭାଷା ପରୀକ୍ଷା, ୨୧ ତାରିଖରେ ଇଂରାଜୀ, ୨୩ ତାରିଖରେ ସଂସ୍କୃତ/ହିନ୍ଦୀ, ୨୫ ତାରିଖରେ ବିଜ୍ଞାନ, ୨୭ ତାରିଖରେ ସାମାଜିକ ବିଜ୍ଞାନ ପରୀକ୍ଷା ଦେଉଥିବା ବେଳେ, ମାର୍ଚ୍ଚ ୨ ତାରିଖରେ ଗଣିତ ପରୀକ୍ଷା ଦେବେ ଛାତ୍ରଛାତ୍ରୀ ।
ଗତବର୍ଷ ଭଳି ପ୍ରଶ୍ନପତ୍ରରେ କ୍ୟୁ ଆର କୋଡ ଓ ୱାଟର ମାର୍କ ରଖିଛି ବୋର୍ଡ । ଯାହାକି ପ୍ରଶ୍ନପତ୍ର ଭାଇରାଲ ହେଲେ ସହଜରେ ଜାଣିହେବ । ବୋର୍ଡ ମୁଖ୍ୟ କାର୍ଯ୍ୟାଳୟରେ କମାଣ୍ଡ କଣ୍ଟ୍ରୋଲ ରୁମ ହେଉଥିବା ବେଳେ ସମସ୍ତ ପରୀକ୍ଷା କେନ୍ଦ୍ର ଓ ନୋଡାଲ ସେଣ୍ଟର ଏହି ଠାରୁ କଣ୍ଟ୍ରୋଲ କରିବାର ବ୍ୟବସ୍ଥା ଗ୍ରହଣ କରାଯାଇଛି ।