Latest Odisha News

BREAKING NEWS

BJD Rajya Sabha Candidate: ବିଜେଡିର ରାଜ୍ୟସଭା ପ୍ରାର୍ଥୀ ଘୋଷଣା କଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନ ପାଇଁ ଦୁଇ ପ୍ରାର୍ଥୀ ଦେଲା ବିଜେଡି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦୁଇ ଜଣଙ୍କ ନାଁ ରାଜ୍ୟସଭା ପ୍ରାର୍ଥୀ ଲାଗି ଘୋଷଣା କରିଛନ୍ତି । ସନ୍ତୃପ୍ତ ମିଶ୍ର ଦଳୀୟ ପ୍ରାର୍ଥୀ ଓ ଡାକ୍ତର ଦତ୍ତେଶ୍ବର ହୋତା କମନ୍ କ୍ୟାଣ୍ଡି‌ଡେଟ୍ ହେବେ ବୋଲି ଘୋଷଣା କରିଛନ୍ତି ନବୀନ ପଟ୍ଟନାୟକ । ଆଜି ସକାଳେ ଡା.ଦତ୍ତେଶ୍ବର ହେତା ନବୀନ ନିବାସରେ ପହଞ୍ଚିବା ପରେ ତାଙ୍କ ନାମକୁ ନେଇ ଚର୍ଚ୍ଚାଜୋର୍ ଧରିଥିଲା ।

ନାମ ଘୋଷଣା ପରେ ସଂତୃପ୍ତ ଏବଂ ଦତ୍ତେଶ୍ଵର ନବୀନଙ୍କୁ କୃତଜ୍ଞତା ଜଣାଇଛନ୍ତି । ସବୁ ଦଳ ଠାରୁ ସମର୍ଥନ ପାଇବାକୁ ଆଶା ରଖିଛି ବୋଲି ଦତ୍ତେଶ୍ଵର କହିଛନ୍ତି । ସେହିପରି ନବୀନ ଦେଇଥିବା ଗୁରୁଦାୟିତ୍ଵ ସମ୍ପାଦନ କରିବି ବୋଲି ସଂତୃପ୍ତ କହିଛନ୍ତି । ସଂତୃପ୍ତ ମିଶ୍ର ନବୀନଙ୍କ ବ୍ୟକ୍ତିଗତ ରାଜନୈତିକ ସଚିବ ଅଛନ୍ତି । ଗତ ସାଧାରଣ ନିର୍ବାଚନରେ ସେ କଟକ ଲୋକସଭା ସାଂସଦ ପ୍ରାର୍ଥୀ ହୋଇଥିଲେ ।

ସେହିପରି, ଓଡ଼ିଆ ସ୍ୱାସ୍ଥ୍ୟ ବିଜ୍ଞାନ ବିଶ୍ୱ ବିଦ୍ୟାଳୟର ପ୍ରଥମ କୁଳପତି ଭାବେ କାର୍ଯ୍ୟ କରିଛନ୍ତି ଡାକ୍ତର ଦତ୍ତେଶ୍ଵର ହୋତା । ସେ ୟୁରୋଲୋଜି ବିଭାଗରେ କ୍ୟାପିଟାଲ ହସ୍ପିଟାଲରେ ଥିଲେ ଏବଂ ମୁଖ୍ୟମନ୍ତ୍ରୀ ବାୟୁ ସ୍ୱାସ୍ଥ୍ୟ ସେବାରେ ନିୟୋଜିତ ଥିବା ଡାକ୍ତର ଟିମର ମୁଖ୍ୟ ଥିଲେ । ୨୦୨୩ ମାର୍ଚ୍ଚରେ ଓଡ଼ିଶାର ରାଜ୍ୟପାଳଙ୍କ ଦ୍ୱାରା ସେ ନୂତନ ଭାବେ ପ୍ରତିଷ୍ଠିତ OUHSର କୁଳପତି ଭାବେ ନିଯୁକ୍ତ ହୋଇଥିଲେ ।

ସୂଚନାଯୋଗ୍ୟ ଯେ, ଓଡ଼ିଶା କୋଟାରୁ ରାଜ୍ୟସଭାରେ ୪ଟି ଆସନ ଖାଲି ହେବାକୁ ଯାଉଛି । ଯେଉଁ କାରଣରୁ ବିଜେଡି, ବିଜେପି ଓ କଂଗ୍ରେସ ମଧ୍ୟରେ ଚାଲିଛି ଛକାପଞ୍ଝା । ରାଜ୍ୟସଭା ନିର୍ବାଚନ ଲାଗି ବିଜ୍ଞପ୍ତି ମଧ୍ୟ ପ୍ରକାଶ ପାଇଛି । ଯେଉଁଥିରେ ମାର୍ଚ୍ଚ ୫ ତାରିଖରେ ନାମାଙ୍କନ ଦାଖଲର ଶେଷ ତାରିଖ, ୬ ତାରିଖରେ ପ୍ରାର୍ଥୀ ପତ୍ର ଯାଞ୍ଚ। । ମାର୍ଚ୍ଚ ୯ ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ । ମାର୍ଚ୍ଚ ୧୬ ତାରିଖ ସକାଳ ୯ଟାରୁ ଅପରାହ୍ଣ ୪ ଯାଏଁ ଭୋଟ୍ ଗ୍ରହଣ, ଅପରାହ୍ନରେ ଭୋଟ୍ ଗଣତି ହେବ । ​​​​​​​

Leave A Reply

Your email address will not be published.