ଭୁବନେଶ୍ୱର: ରାଜ୍ୟସଭା ଆସନ ପାଇଁ ଆଜି ନାମାଙ୍କନ ଦାଖଲର ଶେଷ ଦିନ । ରାଜ୍ୟସଭା ଆସନ ପାଇଁ ନାଁ ଘୋଷଣା ସରିଥିବାରୁ ଓ ଆଜି ଶେଷ ଦିନ ହୋଇଥିବାରୁ ନାମାଙ୍କନ ଦାଖଲ କରିବେ ପ୍ରାର୍ଥୀ । ଏନେଇ ଦଳ ଓ ପ୍ରାର୍ଥୀଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି । ଓଡ଼ିଶାର ୪ ରାଜ୍ୟସଭା ଆସନ ପାଇଁ ଏଥର ୫ଜଣ ପ୍ରାର୍ଥୀ ନାମାଙ୍କନ ଭରିବେ ।
ରାଜ୍ୟସଭା ୪ ଆସନ ପାଇଁ ଉଭୟ ଶାସକ ଦଳ ଓ ବିରୋଧୀ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିଛନ୍ତି । ଚତୁର୍ଥ ଆସନ ପାଇଁ ବି ଦୁଇ ଜଣଙ୍କ ନାଁ ସ୍ପଷ୍ଟ ହୋଇ ସାରିଛି । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଓ ସାଂସଦ ସୁଜିତ କୁମାରଙ୍କୁ ପ୍ରାର୍ଥୀ କରିଛି ବିଜେପି । ବିଜେଡିର ନିଶ୍ଚିତ ବିଜୟ ଆସନରେ ସଂତୃପ୍ତ ମିଶ୍ର ଓ ଚତୁର୍ଥ ଆସନ ପାଇଁ ପ୍ରାର୍ଥୀ ହୋଇଛନ୍ତି ଡାକ୍ତର ଦତ୍ତେଶ୍ବର ହୋତା । ଡାକ୍ତର ହୋତାଙ୍କୁ କଂଗ୍ରେସର ସମର୍ଥନ ମିଳିଥିବା ବେଳେ ସ୍ବାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟଙ୍କୁ ସମର୍ଥନ କରିଛି ବିଜେପି ।
ରାଜ୍ୟସଭା ଆସନ ପାଇଁ ନାଁ ଘୋଷଣା ସରିଛି, କିନ୍ତୁ ଫେବ୍ରୁଆରୀ ୨୬ରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲେ ବି ଏପର୍ୟ୍ୟନ୍ତ କେହି ନାମାଙ୍କନ ଦାଖଲ ନାହାନ୍ତି। ଆଜି ଅର୍ଥାତ୍ ମାର୍ଚ୍ଚ ୫ତାରିଖ ନାମାଙ୍କନର ଶେଷ ଦିନ ହୋଇଥିବାରୁ ସମସ୍ତେ ନାମାଙ୍କନ ଦାଖଲ କରିବେ । ଏନେଇ ଦଳ ଓ ପ୍ରାର୍ଥୀଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି । ମାର୍ଚ୍ଚ ୬ରେ ପ୍ରାର୍ଥୀପତ୍ରର ହେବ ଯାଞ୍ଚ । ମାର୍ଚ୍ଚ ୯ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ତାରିଖ ରହିଛି । ୧୬ମାର୍ଚ୍ଚରେ ରାଜ୍ୟସଭା ଆସନ ପାଇଁ ପଡ଼ିବ ଭୋଟ୍ ।