Latest Odisha News

BREAKING NEWS

Weather Update: ବଦଳିବ ପାଗ: ଆଗକୁ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତାପମାତ୍ରା ବୃଦ୍ଧି ପାଇବା ସହିତ ସକାଳେ କୁହୁଡ଼ି ଓ ଦିନରେ ଝାଞ୍ଜି ପବନ ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ତାତିରେ ରେକର୍ଡ କରିଛି ଝାରସୁଗୁଡ଼ା। ଗତ ୨୪ ଘଣ୍ଟାରେ ଝାରସୁଗୁଡ଼ାରେ ସର୍ବାଧିକ ୩୯.୬ ଡିଗ୍ରୀ ସେଲସିଅସ୍ ତାପମାତ୍ରା ରେକର୍ଡ କରାଯାଇଛି। ଦେଶର ସର୍ବାଧିକ ଉତ୍ତପ୍ତ ଅଞ୍ଚଳ ପାଲଟିଛି ଝାରସୁଗୁଡ଼ା।

ଅନ୍ୟପାଟେ ରାଜ୍ୟରେ ଆସନ୍ତା ୫ ଦିନ ମଧ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। କିନ୍ତୁ ଗରମ ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ୮ ତାରିଖ ବେଳକୁ ଉତ୍ତର ଓଡ଼ିଶାରେ ବଦଳିବ ପାଗ। ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି।

୮ ତାରିଖ ପାଇଁ ଜଗତସିଂପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ଵର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ସେହିପରି ୯ ତାରିଖରେ ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ଢେଙ୍କାନାଳ, କେନ୍ଦୁଝର, କଟକ, ଯାଜପୁର, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ଵର, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବିଜୁଳି ଘଡଘଡ଼ି ସମ୍ଭାବନା ରହିଛି। ୩୦ ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।

Leave A Reply

Your email address will not be published.