Latest Odisha News

BREAKING NEWS

ସଚିବାଳୟରେ ଖାଲି ପଡ଼ିଛି ବଡ଼ବାବୁଙ୍କ ପଦବୀ, ଗୃହରେ ଚିନ୍ତାଜନକ ତଥ୍ୟ ରଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସଚିବାଳୟର ବିଭିନ୍ନ ବର୍ଗରେ ଅନେକ ଗୁରୁତ୍ୱପୂର୍ଣ୍ଣ ପଦବୀ ଖାଲି ପଡ଼ିଛି । ବିଧାନସଭାରେ ବିଧାୟକ ସୌଭିକ୍ ବିଶ୍ବାଳଙ୍କ ଏକ ଅଣତାରକା ପ୍ରଶ୍ନର ଲିଖିତ ଉତ୍ତର ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଚିନ୍ତାଜନକ ତଥ୍ୟ ପ୍ରଦାନ କରିଛନ୍ତି ।

ସୌଭିକ ମୁଖ୍ୟମନ୍ତ୍ରୀଙ୍କୁ ପଚାରିଥିଲେ ଓଡ଼ିଶା ସଚିବାଳୟ ସେବାରେ କେଉଁ ପଦବୀରେ କେତେ ପଦବୀ ଖାଲି ପଡ଼ିଛି ତାହା ପୂରଣ ପାଇଁ କି ପଦକ୍ଷେପ ନିଆଯାଇଛି । ଏହାର ଉତ୍ତର ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଥିଲେ ଯେ, ୩୬୫ଟି ଉପବିଭାଗ ଅଧିକାରୀ (Section Officer) ଏବଂ ୩୪୮ଟି ସହକାରୀ ଉପବିଭାଗ ଅଧିକାରୀ (ASO) ପଦବୀ ଖାଲି ପଡିଛି ।

୧୦୫ ଅନୁ ଶାସନ ସଚିବ ଓ ଗୋଟିଏ ଅତିରିକ୍ତ ଶାସନ ସଚିବ ପଦବୀ ଖାଲି ପଡ଼ିଛି । ୨ ଯୁଗ୍ମ ଶାସନ ସଚିବ ଓ ୨ ଉପ ଶାସନ ସଚିବ ପଦବୀ ମଧ୍ୟ ଖାଲି ପଡ଼ିଛି । ୪ର୍ଥ ଡେସ୍କ ଅଫିସର, ୩୬୫ ଉପବିଭାଗ ଅଧିକାରୀ ପଦବୀ ମଧ୍ୟ ଖାଲି ପଡ଼ିଛି ।

ଏତେ ସଂଖ୍ୟକ ପଦବୀ ଖାଲି ରହିବା ଫଳରେ ସରକାରୀ କାର୍ଯ୍ୟାଳୟର ଦୈନନ୍ଦିନ କାର୍ଯ୍ୟ ପରିଚାଳନାରେ ବାଧା ସୃଷ୍ଟି ହେବା ସହ କାର୍ଯ୍ୟରତ ଅଧିକାରୀଙ୍କ ଉପରେ ଚାପ ବଢୁଛି । ଏହି ପଦବୀଗୁଡ଼ିକ ପୂରଣ ପାଇଁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

Leave A Reply

Your email address will not be published.