Latest Odisha News

Bomb Threat: ଭୁବନେଶ୍ବର କୋର୍ଟକୁ ପୁଣି ବୋମା ଧମକ, ପୋଲିସ ଯାଞ୍ଚ ପରେ…

ଭୁବନେଶ୍ବର: ଗତ କିଛି ମାସ ହେବ ରାଜ୍ୟର ବିଭିନ୍ନ କୋର୍ଟକୁ ଏଭଳି ଇ-ମେଲ୍ ଆସିବାରେ ଲାଗିଛି । ତିନି ଦିନ ତଳେ ରାଜ୍ୟର ୩ଟି କୋର୍ଟକୁ ବୋମା ଧମକ ମିଳିଥିବାବେଳେ, ଆଜି ପୁଣି ଥରେ ଭୁବନେଶ୍ୱର କୋର୍ଟକୁ ବୋମା ଧମକ ମିଳିଛି । ଭୁବନେଶ୍ୱର ସ୍ଥିତ ଖୋର୍ଦ୍ଧା ଜିଲ୍ଲା ଓ ଦୌରା ଜଜଙ୍କ କୋର୍ଟକୁ ବୋମାରେ ଉଡାଇଦେବାକୁ ଇ-ମେଲ୍ ଯୋଗେ ମିଳିଛି ଧମକ ।

ଏହାକୁ ନେଇ କୋର୍ଟ ପରିସରରେ ଚାଞ୍ଚଲ୍ୟ ଖେଳିଯାଇଛି । ଘଟଣାକୁ ଗୁରୁତର ସହ ନେବା ପରେ ପୋଲିସ, ଅଗ୍ନିଶମ ବାହିନୀ, ଡଗ୍ ସ୍କ୍ୱାଡ୍, ବମ୍ ସ୍କ୍ୱାଡ୍ ଏବଂ ସନ୍ଧାନୀ କୁକୁର ଦ୍ୱାରା ତନ ତନ କରି ଯାଞ୍ଚ ଚାଲିଥିଲା ।

ହେଲେ ଯାଞ୍ଚ ପରେ ଏହା ଗୁଜବ ବୋଲି ଜଣାପଡିଥିଲା । ତେବେ କିଏ ଓ କାହିଁକି ଏଭଳି ଇ-ମେଲ୍ ପଠାଇ ଆତଙ୍କ ସୃଷ୍ଟି କଲେ ତାକୁ ନେଇ ପୋଲିସ ପକ୍ଷରୁ ଅଧିକ ଖୋଳତାଡ଼ ଜାରି ରହିଛି ।

ସୁଚନାଯୋଗ୍ୟ ଯେ, ଗତ ୯ ତାରିଖରେ ପୁରୀ କୋର୍ଟକୁ ମଧ୍ୟ ଏଭଳି ଇ-ମେଲ୍ ଯୋଗେ ଧମକ ମିଳିଥିଲା । ତେବେ ଯାଞ୍ଚ ପରେ ତାହା ଗୁଜବ ବୋଲି ଜଣାପଡିଥିଲା । ଗତ ଜାନୁଆରୀ ୮ ତାରିଖରେ ହାଇକୋର୍ଟ ସମେତ ସମ୍ବଲପୁର, ଦେବଗଡ଼ ଜିଲ୍ଲା କୋର୍ଟକୁ ମଧ୍ୟ ଧମକପୂର୍ଣ୍ଣ ଇ-ମେଲ୍ ଆସିଥିଲା ।

Leave A Reply

Your email address will not be published.