Latest Odisha News

BREAKING NEWS

SCB ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଗଭୀର ଦୁଃଖ ପ୍ରକାଶ: ଆହତଙ୍କ ପାଇଁ ସର୍ବୋତ୍ତମ ଚିକିତ୍ସା ସୁବିଧା ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର: ଏସସିବି ମେଡିକାଲ ଟ୍ରମା କେଆର୍ ଆଇସିୟୁରେ ଘଟିଥିବା ଦୁଃଖଦ ଅଗ୍ନିକାଣ୍ଡ ଘଟଣା ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି। ଏହି ଅଗ୍ନିକାଣ୍ଡ ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଅଗ୍ନିକାଣ୍ଡରେ ମୃତକଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଅନ୍ୟ ରୋଗୀମାନଙ୍କୁ ତୁରନ୍ତ ଉପଯୁକ୍ତ ସ୍ଥାନକୁ ସ୍ଥାନାନ୍ତରିତ କରି ଚିକିତ୍ସା ଜାରି ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ଏଥିସହ ଅଗ୍ନିକାଣ୍ଡ ଯୋଗୁଁ ମୃତ୍ୟୁ ଘଟିଥିବା ପ୍ରତ୍ୟେକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୨୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଚିକିତ୍ସିତ ହେଉଥିବା ରୋଗୀ ଏବଂ ସେମାନଙ୍କ ସମ୍ପର୍କୀୟ ମାନଙ୍କୁ ଭେଟି ଆଶ୍ଵାସନା ଦେଇଛନ୍ତି। ଆଇସିୟୁ ରୁ ସ୍ଥାନାନ୍ତରିତ ହୋଇଥିବା ଅନ୍ୟ ରୋଗୀମାନଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ବିଭାଗ ତଥା ମେଡିକାଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର ସମସ୍ତ ହସ୍ପିଟାଲ ଗୁଡିକରେ ଅଗ୍ନୀ ନିର୍ବାପକ ବ୍ୟବସ୍ଥା କରିବାପାଇଁ ପୂର୍ବରୁ ନିର୍ଦ୍ଦେଶ ଦିଆଯାଇଛି। ଚଳିତ ବଜେଟରେ ମଧ୍ଯ ଏଥିପାଇଁ ୩୨୦ କୋଟି ଟଙ୍କାର ଆର୍ଥିକ ବ୍ୟବସ୍ଥା କରାଯାଇଥିଲା। ହସ୍ପିଟାଲ ଗୁଡିକରେ ଅଗ୍ନି ନୀର୍ବାପକ କାମ ଜାରି ରହିଛି। ଏଥିପାଇଁ ଆଗାମୀ ବଜେଟରେ ମଧ୍ଯ ୪୦୦ କୋଟି ଟଙ୍କାର ପ୍ରାବଧାନ କରାଯାଇଛି। ଏସସିବି ମେଡିକାଲ ଅଗ୍ନି ନିର୍ବାପକ ବ୍ୟବସ୍ଥାକୁ ପ୍ରତ୍ୟକ୍ଷ ଭାବେ ତଦାରଖ କରି ତୁରନ୍ତ Fire Compliant କରିବା ପାଇଁ ମୁଖ୍ୟମନ୍ତ୍ରୀ ଅଗ୍ନିଶମ ମହା ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Leave A Reply

Your email address will not be published.