Latest Odisha News

BREAKING NEWS

ଏସସିବି ମେଡିକାଲ ଅଗ୍ନିକାଣ୍ଡ ଘଟଣା: ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ବିଧାନସଭା ଶୂନ୍ୟ କାଳରେ ଉଠିଛି ଏସସିବି ଅଗ୍ନିକାଣ୍ଡ ଘଟଣା । ନବୀନ କହିଛନ୍ତି, ଆମ ସରକାରରେ ଏକ ଘରୋଇ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଥିଲା । ଏହି ଘଟଣାରେ ତତ୍କାଳୀନ ସ୍ବାସ୍ଥ୍ୟମନ୍ତ୍ରୀ ଇସ୍ତଫା ଦେଇଥିଲେ । ତେଣୁ ଆଜିର ଏହି ଘଟଣା ପାଇଁ ସ୍ବାସ୍ଥ୍ୟମନ୍ତ୍ରୀ ଇସ୍ତଫା ଦିଅନ୍ତୁ ବୋଲି ନବୀନ ଦାବି କରିଛନ୍ତି ।

ସରକାରଙ୍କ ଅପାରଗତାରୁ ନିଆଁ ଲାଗିଥିବା କହିଛନ୍ତି ନବୀନ । ପ୍ରାଶାସନିକ ଅବହେଳା ଯୋଗୁ ଏତେବଡ଼ ଅଘଟଣ ଘଟିଛି । ନୈତିକତା ଦୃଷ୍ଟିରୁ ସ୍ବାସ୍ଥ୍ୟମନ୍ତ୍ରୀ ତୁରନ୍ତ ଇସ୍ତଫା ଦିଅନ୍ତୁ । ଘୋଷଣା ହୋଇଥିବା ୨୫ ଲକ୍ଷ ସହାୟତା ରାଶି ଯଥେଷ୍ଟ ନୁହେଁ । ମୃତକଙ୍କ ପରିବାରକୁ ସରକାର ୫୦ ଲକ୍ଷ ଟଙ୍କା ସହାୟତା ରାଶି ଦିଅନ୍ତୁ । ୧୨ ଜଣଙ୍କ ମୃତ୍ୟୁର ସରକାରଙ୍କୁ ଉତ୍ତରଦାୟିତ୍ବ ନେବାକୁ ପଡ଼ିବ ।

ବିରୋଧୀ ଦଳ ନେତା ଆହୁରି କହିଛନ୍ତି ଯେ, ‘ମୁଁ ଭାରାକ୍ରାନ୍ତ ହୃଦୟରେ ଏଠାରେ ଠିଆ ହୋଇ ବିବୃତି ରଖୁଛି । ଗତକାଲି ମୁଁ କଟକର ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲ ପରିଦର୍ଶନ କରିଥିଲି । ମୁଁ ଯାହା ଦେଖିଲି ତାହା କେବଳ ଏକ ଦୁଃଖଦ ଦୁର୍ଘଟଣାର ଦୃଶ୍ୟ ନୁହେଁ । ବରଂ ଆମ ରାଜ୍ୟର ପ୍ରମୁଖ ସ୍ୱାସ୍ଥ୍ୟସେବା ପ୍ରତିଷ୍ଠାନରେ ଭୁଶୁଡ଼ି ପଡ଼ୁଥିବା ସୁରକ୍ଷା ମାନଦଣ୍ଡର ଏକ ସ୍ପଷ୍ଟ ଚିତ୍ର । ସୋମବାର ସକାଳେ ଟ୍ରମା କେୟାର ଆଇସିୟୁରେ ଘଟିଥିବା ଅଗ୍ନିକାଣ୍ଡ ୧୨ ମୂଲ୍ୟବାନ ଜୀବନ ନେଇଛି ।

Leave A Reply

Your email address will not be published.