କଟକ: କଟକ ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନିର୍ଦ୍ଦେଶରେ ୪ ଅଧିକାରୀ ନିଲମ୍ବିତ ହୋଇଛନ୍ତି । କାର୍ଯ୍ୟରେ ଅବହେଳା ଯୋଗୁଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ନିମ୍ନଲିଖିତ ଚାରି ଜଣ ଅଧିକାରୀଙ୍କୁ ନିଲମ୍ୱିତ କରାଯାଇଛି।
ନିଲମ୍ବିତ ଅଧିକାରୀମାନେ ହେଲେ କଟକ ସର୍କଲର ଡେପୁଟି ଫାୟାର ଅଫିସର ପ୍ରକାଶ କୁମାର ଜେନା, କଟକ ସର୍କଲର ଆସିଷ୍ଟାଣ୍ଟ ଫାୟାର ଅଫିସର ସଞ୍ଜୀବ କୁମାର ବେହେରା, ଏସ୍.ସି.ବି ମେଡିକାଲ ଓ ହସ୍ପିଟାଲର ଷ୍ଟେସନ ଅଫିସର ଅଭିନବ ପୃଷ୍ଟି ଏବଂ କଟକ ଜି.ଇ.ଡି ଅନ୍ତର୍ଗତ SCB ସବ୍ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ରଞ୍ଜନ କୁମାର ବିଶ୍ୱାଳ।
ଏସ୍.ସି.ବି ଅଗ୍ନିକାଣ୍ଡ ଘଟଣାର ଅନୁଧ୍ୟାନ କରିବା ପାଇଁ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ଫ୍ୟାକ୍ଟ ଫାଇଣ୍ଡିଙ୍ଗ୍ ଟିମ୍ ଗଠନ କରିଥିଲେ ମୁଖ୍ୟମନ୍ତ୍ରୀ । ଛଅ ଜଣିଆ ଫ୍ୟାକ୍ଟ ଫାଇଣ୍ଡିଂ କମିଟିର ଅଧ୍ୟକ୍ଷ ଭାବେ ଉନ୍ନୟନ କମିଶନର ଦେଓରଞ୍ଜନ କୁମାର ସିଂହ ନିଯୁକ୍ତି ହୋଇଛନ୍ତି ।