ଭୁବନେଶ୍ୱର: ପଦ୍ମଶ୍ରୀ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି । ଜନଗଣନା ସଚେତନତାକୁ ଅଧିକ ପ୍ରଭାବୀ କରିବେ ବାଲୁକା ଶିଳ୍ପୀ ସୁଦର୍ଶନ। ବାଲୁକା କଳା ମଧ୍ୟରେ ସେ ଲୋକଙ୍କୁ ସଚେତନ କରାଇବେ । ଏନେଇ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।
ବ୍ରାଣ୍ଡଆମ୍ବାସାଡର ନିଯୁକ୍ତ ପରେ ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଚାରିଆଡୁ ଶୁଭେଚ୍ଛାର ସୁଅ ଛୁଟିଛି । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ଲେଖିଛନ୍ତି ଯେ, ଜନଗଣନା-୨୦୨୭ର ବ୍ରାଣ୍ଡ ଆମ୍ବାସଡର ଭାବେ ନିଯୁକ୍ତ ହୋଇଥିବାରୁ ପ୍ରସିଦ୍ଧ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କୁ ଅଭିନନ୍ଦନ ଜଣାଉଛି ।